Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||
  • ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଆନ୍ଦୋଳନ, ସମସ୍ତ ଖଣିରୁ କୋଇଲା ଉତ୍ପାଦନ ସହ ପରିବହନ ବନ୍ଦ
  • ||
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||

ଜେଲ୍ ଗଲେ ପ୍ରଦୀପ ପାଣିଗ୍ରାହୀଙ୍କ ମୁଖ୍ୟ ସହଯୋଗୀ ସର୍ବେଶ୍ୱର ରାଓ

17/12/2020 at 6:32 PM

ଭୁବନେଶ୍ବର୧୭/୧୨: ଜେଲ ଗଲେ ପ୍ରଦୀପ ପାଣିଗ୍ରାହୀଙ୍କ ମୁଖ୍ୟ ସହଯୋଗୀ ସର୍ବେଶ୍ୱର ରାଓ। ଗିରଫ ପରେ କ୍ୟାପିଟାଲ ହସ୍ପିଟାଲରେ ତାଙ୍କ ସ୍ୱାସ୍ଥ୍ୟପରୀକ୍ଷା ହୋଇଛି। ସ୍ୱାସ୍ଥ୍ୟ ପରୀକ୍ଷା ପରେ ଏସଡିଜେଏମ କୋର୍ଟରେ ହାଜର କରିଥିଲା କ୍ରାଇମବ୍ରାଞ୍ଚ। ୧୪ ଦିନିଆ ବିଚାର ବିଭାଗୀୟ ହାତକୁ ଯାଇଛନ୍ତି।

ଠକେଇ ଅଭିଯୋଗରେ କ୍ରାଇମ୍‌ବ୍ରାଞ୍ଚ ତାଙ୍କୁ ଆଜି ଗିରଫ କରିଥିଲା। ସର୍ବେଶ୍ୱର ରାଓ ଚାକିରୀ ଦେବା ନାଁରେ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ହଡପ କରିଥିବା କ୍ରାଇମ୍‌ବ୍ରାଞ୍ଚ ହାତରେ ଲାଗିଥିଲା ଏ ନେଇ ଗତକାଲି ସର୍ବେଶ୍ୱର ଓ ପ୍ରଦୀପ ପାଣିଗ୍ରାହୀଙ୍କୁ ମୁହାଁ ମୁହିଁ ଜେରା କରିଥିଲା କ୍ରାଇମବ୍ରାଞ୍ଚ ।

ସୂଚନାଥାଉକି ଟାଟା କମ୍ପାନୀରେ ଚାକିରି କରାଇ ଦେବା ନେଇ କୋଟି କୋଟି ଟଙ୍କା ଠକିଥିବାର ପ୍ରମାଣ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି। ସର୍ବେଶ୍ୱରଙ୍କ ଜରିଆରେ ଲକ୍ଷାଧିକ ଟଙ୍କା ସଂଗ୍ରହ କରୁଥିଲେ ଆକାଶ ପାଠକ। ଜାଲିଆତି କାରବାରରେ ସଂପୃକ୍ତ ବ୍ୟକ୍ତିଙ୍କ ସହ ସର୍ବେଶ୍ବର ରାଓ ମଧ୍ୟ ସାମିଲ ଥିବା ଜଣାପଥିଲା। ଆଜି କ୍ରାଇମ୍‌ବ୍ରାଞ୍ଚ ତାଙ୍କୁ ଗିରଫ କରିଥିଲା।

   Related Posts