Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||

ଶନିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

29/05/2020 at 9:37 PM


ମେଷ – କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭ ହୋଇପାରେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ପରୋପକାରୀ ହୋଇପାରନ୍ତି । ବିଦ୍ୟା ଲାଭ କରି ଆତ୍ମସନ୍ତୋଷ ଲାଭ କରିବେ ।ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ବୃଷ – ହାତରୁ ଖସି ଯାଉଥିବା କାର୍ଯ୍ୟକୁ ଆୟତ୍ତାଧୀନ କରିବାରେ ସକ୍ଷମ ହେବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଦାନ ଧର୍ମକୁ ଆଦରି ନେବେ । ବ୍ୟକ୍ତିତ୍ୱ ବିକଶିତ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ମିଥୁନ – ମନ ପ୍ରସନ୍ନ ରହିବ । ଧାର୍ମିକ ପ୍ରବୃତ୍ତି ସହ ସାହସୀ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ମିଳିବ । ପିଲାମାନଙ୍କ ପାଇଁ ଚିନ୍ତିତ ରହିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
କର୍କଟ – ସୁଖ-ସମ୍ମାନ ଲାଭ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରମାନଙ୍କ ଠାରୁ ସାହାର୍ଯ୍ୟ, ସମର୍ଥନ ପାଇ ଉପକୃତ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ସିଂହ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ରୋଜଗାର ଯଥେଷ୍ଟ ହେବ ନାହିଁ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲି-ମୋକଦ୍ଦମାରେ ବିଜୟୀ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
କନ୍ୟା – ମନ ପ୍ରସନ୍ନ ରହିବ । କର୍ମ ଚଞ୍ଚଳ ରହିବେ । ସାମୟିକ ଭାବେ ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିବେ । ସ୍ନେହବୋଳା ଭାଷାରେ ପରକୁ ଆପଣାର କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
ତୁଳା – ସୁଖ-ସନ୍ତୋଷ ଲାଭ କରି ଲୋକପ୍ରିୟତା ଅର୍ଜନ କରିବେ । ଯଶସ୍ୱୀ ହୋଇପାରନ୍ତି । କାର୍ଯ୍ୟକ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଧନ ଲାଭ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ବିଛା – ଶ୍ରମ ସାର୍ଥକ ହେବ । କୁଳ ଦୀପକ ହୋଇପାରନ୍ତି । ଚିତ୍ତ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଧନୁ – କର୍ମ ତତ୍ପର ରହିବେ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ସମୟ ଅତିବାହିତ କରିପାରନ୍ତି । ବିଦ୍ୱାନ୍ ହୋଇପାରନ୍ତି । ସୁଖ ଭୋଗ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ମକର – ଇଚ୍ଛା କରୁଥିବା କାର୍ଯ୍ୟ ହାତକୁ ଆସିପାରେ । ଭୋଜନରେ ଅଶାନ୍ତି ଉପୁଜି ପାରେ । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ପାଇଁ ଉଚିତ୍ ସମୟ ହୋଇପାରେ । ମିତ୍ରମାନେ କରଛଡା ଦେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
କୁମ୍ଭ – ସାଙ୍ଗ ସୁଖ ମିଳିପାରେ । ସମାଜ ସେବାରେ ନିଜକୁ ହଜାଇ ଦେଇପାରନ୍ତି । ସ୍ୱକର୍ମ ପାଇଁ ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ମୀନ – ଅସମାପ୍ତ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିବାରେ ସକ୍ଷମ ହେବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ଞ୍ଜ ।

   Related Posts