Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଶନିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

18/09/2020 at 6:36 PM

ମେଷ – ଆଜିର କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ । ପୂର୍ବରୁ ସୂଚନା ଦେଇ ସନ୍ଧ୍ୟାରେ ଘରକୁ ନୂତନ ବନ୍ଧୁ କେହି ଆସିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଚେଷ୍ଟା କରୁଥିବା କାମରେ ଆଶାତୀତ ସଫଳତା ହାସଲ କରିବେ ଓ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟିକ ଦିଗରୁ ଦିନଟି ମନ୍ଦ ନୁହେଁ, ଫଳତଃ ମାନସିକ ସ୍ଥିତି ବହୁତ ଭଲ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – କର୍ମକ୍ଷେତ୍ରରେ ଚାପର ବଶବର୍ତ୍ତୀ ହୋଇ କେତେକ କାମ କରିବାକୁ ବାଧ୍ୟ ହେବେ । ପଡୋଶୀମାନେ ଈର୍ଷାନ୍ୱିତ ହୋଇ ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ଅତୀତ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ବିବାଦ ଦେଖା ଦେଇ ପାରେ । ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତତ୍ପରତା ବଢିଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ଦୀର୍ଘଦିନରୁ ଯାହା ଆଜି ଯାଏଁ ଚାହୁଁଛନ୍ତି ତାହା ପାଇବା ସକାଶେ ବେଶି ବିଳମ୍ବ ହେବ ନାହିଁ । ଆକସ୍ମିକ କାରଣକୁ ନେଇ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ବୃଦ୍ଧି ପାଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା ହ୍ରାସ ପାଇପାରେ । ପାରିବାରିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରୁ ଅର୍ଥ ଆଣିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – କର୍ମକ୍ଷେତ୍ରରେ ଅନ୍ୟମାନେ ଆପଣଙ୍କ ପାଇଁ ସମସ୍ୟାର କାରଣ ସାଜି ପାରନ୍ତି । ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା – ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବାରେ ନିକଟ ସମ୍ପର୍କୀୟମାନଙ୍କ ଅବଦାନକୁ ଭୁଲି ପାରିବେ ନାହିଁ । ପରକଥାକୁ ପ୍ରାଧାନ୍ୟ ଦିଅନ୍ତୁ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ଧନୁ – କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାର୍ଯ୍ୟ, ସହ-ଯୋଗ ଓ ସଦିଚ୍ଛା ଲାଭ କରି ଖୁସୀ ରହିବେ । ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ କାର୍ଯ୍ୟସାଧନ କରିବେ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – ପରିବାରରେ ଭୁଲ୍ ବୁଝାମଣା କାରଣରୁ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ । ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ନିଶ୍ଚିତ ସଫଳତା ହାସଲ କରିପାରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

କୁମ୍ଭ – ଅଯଥା ସନ୍ଦେହଜନିତ କାରଣରୁ ଘରୋଇ କଳହ ବଢି ବଢି ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ମଧ୍ୟ ଯୋଜନା ଗୁଡିକ ଠିକ୍ ଭାବେ କାର୍ଯ୍ୟ କାରୀ ନ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ସମସ୍ୟା ବିଜଡିତ ପରିସ୍ଥିତିରେ ବନ୍ଧୁଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବେ । ଆନୁଷ୍ଠାନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

   Related Posts