ଶନିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | October 02, 2020 IST

ମେଷ – ପାପଗ୍ରହ ଦୃଷ୍ଟି ଚତୁର୍ଥଭାବ ଯୋଗୁଁ ଅସୁସ୍ଥ ପାରିବେଶିକ କୁପ୍ରଭାବ , ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ନୀଚରୋହୀ ରାଶ୍ୟାଧିପ ହେଲେ ମଧ୍ୟ ସ୍ୱାସ୍ଥ୍ୟ ବିଶେଷ ଭଲ ନ ଥିଲେ ଗୁରୁତର ସମସ୍ୟା ରହିବ । ସଭା ସମିତିରେ ସମ୍ମାନିତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମିଥୁନ - ପ୍ରତିବନ୍ଧକ ମଧ୍ୟରେ କାମ ଅଟକି ଯିବା ସଙ୍ଗକୁ ଅର୍ଥ ସମ୍ପର୍କୀୟ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ପିଲାଙ୍କ ଅଭିଯୋଗକୁ ନେଇ ଅନୁତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

କର୍କଟ – ସ୍ୱଗୃହୀ ବକ୍ରୀ ମଙ୍ଗଳ କର୍ମସ୍ଥ ଯୋଗୁ କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ । ସାମୟିକ ଆଶ୍ୱସ୍ତି ଲାଭ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ଅସନ୍ତୁଳନ କଥାବାର୍ତ୍ତାରୁ ବିଭିନ୍ନ ପ୍ରକାରର ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସ୍ଥିରତା ହରାଇବେ । ଶୁଭ ଅଙ୍କ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ଶନି ଦୃଷ୍ଟି ବୁଧ ହେତୁ କାମଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିବେ । ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ସାମିଲ୍ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – କର୍ମାଧିପ ନିଜ ଭାବରୁ ଅଷ୍ଟମସ୍ତ ଯୋଗୁଁ କାମରେ ସଫଳତା ପାଇବା କଷ୍ଟକର ହୋଇପାରେ । ଆପଣ ଏପରି କି ଆଜି ନିଜ ଲୋକମାନଙ୍କ ଉପରେ ଭରସା କରିପାରିବେ ନାହିଁ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା – ରାଶିରେ ମୁଣ୍ଡ ନ ଥିବା ଗ୍ରହ ଥିବାରୁ ସାବଧାନତା ସହକାରେ କାମ କରିବା ଭଲ ହେବ, ଅନ୍ୟଥା କେତେକ ସାମାନ୍ୟ ଭୁଲ୍ ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଅଧିକାଂଶ ସମୟ ଭଲ ଲାଗିବ ନାହିଁ । ଚତୁର୍ଥଭାବ ଶନିଙ୍କ ଦୃଷ୍ଟିରେ ଥିବାରୁ ପାରିବାରିକ ଜଞ୍ଜାଳ ବୃଦ୍ଧି ମନସ୍ତାପ ସୃଷ୍ଟି କରିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମକର – ପାପଗ୍ରହ ମଧ୍ୟସ୍ଥ ଗୁରୁ ହେତୁ କର୍ମକ୍ଷେତ୍ରରେ ଭୁଲ୍ ବୁଝାମଣାରୁ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

କୁମ୍ଭ - ଶୁକ୍ର ଦୃଷ୍ଟିରେ ଚନ୍ଦ୍ର ହେତୁ ସକାଳୁ ସକାଳୁ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଆକସ୍ମିକ ଦୂର ଯାତ୍ରା କରିବାକୁ ପଡିପାରେ । କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମୀନ - ବୁଧ ରାଶି ଠାରୁ ଅଷ୍ଟମସ୍ଥ ହେତୁ ପରିବାରରେ ସମସୟା ସମାଧାନ ନ ହେବା କାରଣରୁ ଟେନସନ୍ ବଢିଯିବ । ଭୁଲ୍ ବୁଝାମଣାରୁ ଭୋଗ ବିଳାସରେ ବାଧାବିଘ୍ନ ଘଟିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.