Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଭୁବନେଶ୍ବର ସତ୍ୟ ସାଇ ଏନ୍‌କ୍ଲେଭ୍‌ ଅଞ୍ଚଳ କନଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ସଂକ୍ରମଣ ବଢୁଥିବାରୁ ବିଏମ୍‌ସିର ପଦକ୍ଷେପ

15/07/2021 at 5:51 PM

ଭୁବନେଶ୍ବର ୧୫/୦୭ : ଭୁବନେଶ୍ବର ଖଣ୍ଡିଗିରି ସ୍ଥିତ ସତ୍ୟ ସାଇ ଏନ୍‌କ୍ଲେଭକୁ ମାଇକ୍ରୋ କନଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ସଂକ୍ରମଣ ମାତ୍ରା ବୃଦ୍ଧି ପାଇଥିବାରୁ ଏଭଳି ପଦକ୍ଷେପ ନେଇଛି ଭୁବନେଶ୍ବର ମ୍ୟୁନିସିପାଲିଟି କର୍ପୋରେସନ । ସେଠାରେ ଏକାଧିକ ବ୍ୟକ୍ତି ସଂକ୍ରମିତ ହୋଇଥିବା ଜଣାପଡିବା ପରେ ସଂପୃକ୍ତ ଅଞ୍ଚଳକୁ ମାଇକ୍ରୋ କନଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି BMC ।

ତେବେ ସେଠାରେ ରହୁଥିବା ଅଧିବାସୀଙ୍କ ବାହାରକୁ ବାହାରିବା ଉପରେ କଟକଣା ଲାଗୁ କରାଯାଇଛି । ଅର୍ଥାତ ସେଠାରୁ ବାହାରକୁ କେହି ଆସିପାରିବେ ନାହିଁ ଏବଂ ବାହାରୁ କୌଣସି ବ୍ୟକ୍ତି ସେଠାକୁ ପ୍ରବେଶ କରିପାରିବେ ନାହିଁ । ଏହା ସହିତ ସତ୍ୟ ସାଇ ଏନ୍‌କ୍ଲେଭରେ ରହୁଥିବା ସମସ୍ତ ଅଧିବାସୀଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ଡାକ୍ତରୀ ସେବା ଯୋଗାଇ ଦେବାକୁ ବିଏମ୍‌ସି ପକ୍ଷରୁ କୁହାଯାଇଛି । ଏହା ସହିତ ସଂପୃକ୍ତ ଅଞ୍ଚଳରେ ଥିବା ସମସ୍ତ ଅଫିସ ମଧ୍ୟ ବନ୍ଦ ରଖିବାକୁ ନିର୍ଦେଶ ଦିଆଯାଇଛି ।

   Related Posts