Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀର ସ୍ଵପ୍ନ ଧୂଳିସାତ: ଟେଷ୍ଟ କ୍ରିକେଟ୍‌କୁ ମିଳିଲା ନୂଆ ବାଦଶାହା, ଭାରତକୁ ୮ ଓ୍ଵିକେଟ୍‌ରେ ହରାଇ ବିଶ୍ଵ ଟେଷ୍ଟ ଚମ୍ପିଆନସିପ୍‌ ଜିତିଲା ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱରରେ ଆଜି ୩୭୫ ପଜିଟିଭ୍‌ ଚିହ୍ନଟ
  • ||
  • ବନ୍ଦିତା ପରିଡ଼ା ହେଲେ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||

ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

4/08/2018 at 7:20 AM

ନୂଆଦିଲ୍ଲୀ ୪/୮ : ରାଜସ୍ଥାନ ହାଇକୋର୍ଟର ବିଚାରପତି ସତ୍ୟେନ୍ଦ୍ର କଳ୍ପେଶ ଜାଭେରୀଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି | ୨୦୦୪ ମସିହାରେ ବିଚାରପତି ଜାଭେରୀ ଗୁଜରାଟ ହାଇକୋର୍ଟରେ ବିଚାରପତି ପଦକୁ ଉନ୍ନୀତ ହୋଇଥିଲେ | ୨୦୦୫ ମସିହାରେ ସେ ସ୍ଥାୟୀ ବିଚାରପତିର ମାନ୍ୟତା ପାଇଥିଲେ | ୨୦୧୬ ମସିହାରେ ସେ ରାଜସ୍ଥାନ ହାଇକୋର୍ଟକୁ ବଦଳି ହୋଇଥିଲେ | ସମ୍ପ୍ରତି ତାଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଅବସ୍ଥାପିତ କରିବା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି |

ଗତମାସ ୨୦ ତାରିଖରେ ୭ଟି ରାଜ୍ୟର ହାଇକୋର୍ଟ ନିମନ୍ତେ ମୁଖ୍ୟ ବିଚାରପତି ନିଯୁକ୍ତି ଲାଗି ସୁପ୍ରିମକୋର୍ଟ କଲେଜିଅମ ଏକ ତାଲିକା ପ୍ରସ୍ତାବ ଦେଇଥିଲେ | ବର୍ତ୍ତମାନ ଜଷ୍ଟିସ ଭିନୀତ ସରନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଅଛନ୍ତି | ସେ ୨୦୧୬ ମସିହା ଫେବୃଆରୀ ୨୬ ତାରିଖରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଥିଲେ | ଜଷ୍ଟିସ ସରନଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ଦିଆଯାଇଛି |

   Related Posts