Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲା : ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମଙ୍କୁ ମିଳିଲା ଜାମିନ

22/10/2019 at 11:36 AM

ନୂଆଦିଲ୍ଲୀ ୨୨।୧୦: ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମଙ୍କୁ ଜାମିନ୍ ମିଳିଛି । ଚିଦାମ୍ବରମଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଗିରଫର ପ୍ରାୟ ୨ ମାସ ପରେ ଚିଦାମ୍ବରମଙ୍କୁ ଜାମିନ୍ ମିଳିଛି । ସିବିଆଇ ପକ୍ଷରୁ ହୋଇଥିବା ମାମଲାରେ ତାଙ୍କୁ ଜାମିନ୍ ମିଳିଛି ।

ତେବେ ଆସନ୍ତା ୨୪ ଯାଏଁ ଇଡି ହେପାଜରେ ଅଛନ୍ତି ଚିଦାମ୍ବରମ୍ । ଇଡି ମଧ୍ୟ ଚିଦାମ୍ବରମଙ୍କ ନାଁରେ ମାମଲା ରୁଜୁ କରି ତଦନ୍ତ କରୁଛି । ଇଡିର ମାମଲା ପାଇଁ ଚିଦାମ୍ବରମଙ୍କ ଜେଲରୁ ମୁକୁଳିବା ଆଶା କମ୍ ରହିଛି । ଅଗଷ୍ଟ ୨୧ତାରିଖରେ ସିବିଆଇ ଚିଦାମ୍ବରମଙ୍କୁ ଗିରଫ କରିଥିଲା ।

   Related Posts