Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ମୋଦି ଓ ଶାହାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲଂଘନ ମାମଲା : ୬ ତାରିଖ ସୁଦ୍ଧା ନିଷ୍ପତ୍ତି ପାଇଁ ନିର୍ବାଚନ ଆୟୋଗଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ

2/05/2019 at 4:50 PM

ନୂଆଦିଲ୍ଲୀ ୨/୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିଜେପି ଅଧ୍ୟକ୍ଷ ଅମିତ ଶାହ ଆଚରଣ ବିଧି ଉଲଙ୍ଘନ କରିଥିବା ଅଭିଯୋଗ ସମ୍ପର୍କରେ ନିର୍ବାଚନ କମିଶନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି ବୋଲି କଂଗ୍ରେସ ନେତା ସୁସ୍ମିତା ଦେବ ସୁପ୍ରିମକୋର୍ଟରେ ଅଭିଯୋଗ କରିଥିଲେ | ଆଜି ଏହି ମାମଲାରେ ଶୁଣାଣି କରି ମେ ୬ ତାରିଖ ସୁଦ୍ଧା ମୋଦି ଓ ଶାହଙ୍କ ବିରୋଧରେ ଥିବା ଅଭିଯୋଗ ସମ୍ପର୍କରେ ନିଷ୍ପତ୍ତି ନେବାକୁ ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଅଦାଲତଙ୍କୁକୁ ଦୁଇଟି ମାମଲାର ନିଷ୍ପତ୍ତି ନେଇସାରିଥିବା ସୂଚନା ଦିଆଯାଇଥିଲା । ତେବେ ସୋମବାର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଥିବାରୁ ଏହି ଅଭିଯୋଗ ସମ୍ପର୍କରେ ନିଷ୍ପତ୍ତି ପାଇଁ କମିଶନ ୮ ତାରିଖ ପର୍ଯ୍ୟନ୍ତ ମହଲତ ମାଗିଥିଲେ । ଅଦାଲତ ଆୟୋଗଙ୍କ ନିବେଦନକୁ ଖାରଜ କରି କହିଛନ୍ତି ଯେ, ମୋଦି-ଶାହଙ୍କ ବିରୋଧରେ ହୋଇଥିବା ମାମଲାର ନିଷ୍ପତ୍ତି ନେବା ପାଇଁ ସୋମବାର ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ସମୟ ରହିଛି |ସୂଚନାଯୋଗ୍ୟ ଯେ, ଆସନ୍ତା ୬ ତାରିଖରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅଛି | ପଞ୍ଚମ ପର୍ଯ୍ୟାୟରେ ୪୬୨ ଲୋକସଭା ଆସନ ପାଇଁ ମତଦାନ ହେବ |


ସୋମବାର ଦିନ ଅଲ ଇଣ୍ଡିଆ ମହିଳା କଂଗ୍ରେସ ଅଧ୍ୟକ୍ଷା ସୁସ୍ମିତା ଦେବ ସୁପ୍ରିମକୋର୍ଟରେ ନିର୍ବାଚନ ଆୟୋଗ ବିରୋଧରେ ଏକ ଆବେଦନ କରିଥିଲେ | ମୋଦି ଶାହଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲଂଘନ ମାମଲାରେ ସେ ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗ କରିଥିଲେ ସୁଦ୍ଧା ଆୟୋଗ ତାଙ୍କ ବିରୋଧରେ କୌଣସି ପଦକ୍ଷେପ ଗ୍ରହଣ କରିନଥିବା ଯୋଗୁଁ ସେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ |


ମଙ୍ଗଳବାର ଦିନ ସୁସ୍ମିତା ଦେବଙ୍କ ଆବେଦନର ଉପରେ ନିର୍ବାଚନ ଆୟୋଗଙ୍କୁ ନୋଟିସ ଜାରି କରିଥିଲେ ସୁପ୍ରିମକୋର୍ଟ | ମୋଦି ଶାହଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ନୋଟିସରେ ଉଲ୍ଲେଖ ରହିଥିଲା |


ସୁପ୍ରିମକୋର୍ଟ ଏହି ମାମଲାରେ ପ୍ରଥମେ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଅପେକ୍ଷା କରୁଛନ୍ତି | ଏହି ମାମଲାରେ ନିର୍ବାଚନ ଆୟୋଗଙ୍କ ବୈଠକ ବସିଛି ଏବଂ ସେ ଖୁବ ଶୀଘ୍ର ଏନେଇ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆୟୋଗଙ୍କ ପକ୍ଷରୁ କୁହାଯାଇଛି |

   Related Posts