Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ନିର୍ଦ୍ଧାରିତ ପ୍ରୋଗ୍ରାମରେ ହେବ NEET-JEE, ସୁପ୍ରିମକୋର୍ଟ ଦେଲେ ଗ୍ରୀନ୍ ସିଗନାଲ୍, କହିଲେ ପିଲାଙ୍କର ମୂଲ୍ୟବାନ ବର୍ଷ ନଷ୍ଟ ହୋଇପାରିବନି

17/08/2020 at 1:49 PM

ନୂଆଦିଲ୍ଲୀ ୧୭।୮: ଚଳିତ ବର୍ଷ ହେବାକୁ ଥିବା ଏକକ ମେଡିକାଲ ନାମଲେଖା ଏଣ୍ଟ୍ରାନ୍ସ NEET ଏବଂ ଯୁଗ୍ମ ଇଞ୍ଜିନିୟରିଂ ପ୍ରବେଶିକା JEE ଧାର୍ଯ୍ୟ ସୂଚୀ ଅନୁସାରେ ହେବ । ସର୍ବୋଚ୍ଚ ଅଦାଲତ ଏଥିଲାଗି ସବୁଜ ସଙ୍କେତ ଦେଇଛନ୍ତି । ନିଟ୍ ଏବଂ ଜେଇଇ ପରୀକ୍ଷା ଆୟୋଜନ ବିରୋଧରେ ଦାଖଲ କରାଯାଇଥିବା ଆବେଦନକୁ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ । କୋଭିଡ୍-୧୯କୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ସତର୍କତା ଅବଲମ୍ବନ କରାଯାଇଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସୀ ଅବଗତ କରାଇବା ପରେ କୋର୍ଟ ଏହି ଆବେଦନକୁ ଖାରଜ କରିଥିବା ଜଣାପଡିଛି । ଜଷ୍ଟିସ୍ ଅରୁଣ ମିଶ୍ରଙ୍କ ଏକ ଖଣ୍ଡପୀଠ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ ଏବଂ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା ଜେଇଇ ମେନ୍ସକୁ ସ୍ଥଗିତ ରଖିବା ନେଇ କରାଯାଇଥିବା ଆବେଦନକୁ ଖାରଜ କରିଦେଇଛନ୍ତି ।

ଅବେଦନକୁ ଖାରଜ କରିବା ସହ ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି ଯେ, କ’ଣ ଦେଶରେ ସବୁକିଛି ବନ୍ଦ କରିଦିଆଯିବ ? ଏପରି ଏକ ମୂଲ୍ୟବାନ ବର୍ଷକୁ କ’ଣ ନଷ୍ଟ କରିଦିଆଯିବ ? ଆବେଦନରେ କୋଭିଡ-୧୯ ସଂକ୍ରମଣର ବୃଦ୍ଧି ହେତୁ ସେପ୍ଟେମ୍ବରରେ ପ୍ରସ୍ତାବିତ ଜେଇଇ ମେନ୍ସ ଏବଂ ନିଟ୍ ୟୁଜି ପରୀକ୍ଷାକୁ ସ୍ଥଗିତ ରଖିବାକୁ ଦାବି କରାଯାଇଥିଲା।

ସୂଚନାଯୋଗ୍ୟ ଯେ, ଜେଇଇ ପରୀକ୍ଷା ସେପ୍ଟେମ୍ବର ୧ରୁ ସେପ୍ଟେମ୍ବର ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାର ଅଛି । ଏହାସହ ନିଟ୍ ପରୀକ୍ଷା ସେପ୍ଟେମ୍ବର ୧୩ରୁ ହେବାର ଯୋଜନା ରହିଛି । ଏହି ପରୀକ୍ଷାକୁ ସ୍ଥଗିତ ରଖିବାକୁ ୧୧ଟି ରାଜ୍ୟରୁ ୧୧ ଜଣ ଛାତ୍ର ଅନୁରୋଧ କରି ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ ।

   Related Posts