Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ନିର୍ଭୟା ଗଣଦୁଷ୍କର୍ମ ମାମଲା : ବିନୟ ଏବଂ ମୁକେଶର କ୍ୟୁରେଟିଭ୍ ପିଟିସନ୍ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି

14/01/2020 at 8:13 AM

ନୂଆଦିଲ୍ଲୀ ୧୪।୧: ନିର୍ଭୟା ଗଣଦୁଷ୍କର୍ମ ଘଟଣାର ଦୁଇ ଦୋଷୀଙ୍କ କ୍ୟୁରେଟିଭ୍ ପିଟିସନ୍ ଉପରେ ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି । ଜଷ୍ଟିସ୍ ଏନ୍ ଭି ରମଣା, ଅରୁଣ ମିଶ୍ର, ଆରଏଫ୍  ନରିମାନ୍, ଆର ଭାନୁମତୀ ଏବଂ ଅଶୋକ ଭୂଷଣଙ୍କ ଖଣ୍ଡପୀଠ ନିର୍ଭୟା ମାମଲାରେ କ୍ୟୁରେଟିଭ୍  ପିଟିସନର ଶୁଣାଣି କରିବେ। 

ଦୋଷୀ ବିନୟ ଶର୍ମା ଏବଂ ମୁକେଶ ଦ୍ବାରା ଗତ ୯ ତାରିଖରେ କ୍ୟୁରେଟିଭ୍ ପିଟିସନ୍ ଦାଖଲ କରାଯାଇଛି । ନିର୍ଭୟା ମାମଲାରେ ୪ ଦୋଷୀଙ୍କୁ ଦିଲ୍ଲୀର ତିହାର ଜେଲ୍ ରେ ଆସନ୍ତା ୨୨ ତାରିଖ ସକାଳ ୭ଟାରେ ଫାଶୀ ଦିଆଯିବ। ଦିଲ୍ଲୀର ପଟିଆଲା ହାଉସ୍ କୋର୍ଟ ଏନେଇ ଡେଥ୍ ୱାରେଣ୍ଟ୍  ଜାରି କରିଛନ୍ତି । ତେବେ ଫାଶୀ କ୍ଷେତ୍ରରେ ଜଣେ ଦୋଷୀ ପାଇଁ ସୁପ୍ରିମକୋର୍ଟରେ ଶେଷ ସାହାରା ହେଉଛି କ୍ୟୁରେଟିଭ୍  ପିଟିସନ୍ ।

ସୂଚନାଯୋଗ୍ୟ ଯେ, ୨୦୧୨ ମସିହା ଡିସେମ୍ବର ୧୬ ତାରିଖରେ ପାରାମେଡିକାଲ ଛାତ୍ରୀ ନିର୍ଭୟାଙ୍କୁ ଏକ ଚଳନ୍ତା ବସରେ ଗଣ ଦୁଷ୍କର୍ମ କରାଯାଇଥିଲା । ୬ ଜଣ ବ୍ୟକ୍ତି ଏହି କାଣ୍ଡ ଘଟାଇବା ପରେ ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ଚଳନ୍ତା ବସରୁ ଫିଙ୍ଗି ଦେଇଥିଲେ। ଗୁରୁତର ଆହତ ଅବସ୍ଥାରେ ଚିକିତ୍ସିତ ହେଉଥିବା ନିର୍ଭୟାଙ୍କର ସେହିବର୍ଷ ଡିସେମ୍ବର ୨୯ରେ ସିଙ୍ଗାପୁରର ମାଉଣ୍ଟ ଏଲିଜାବେଥ୍ ହସପିଟାଲରେ ମୃତ୍ୟୁ ହୋଇଥିଲା ।

   Related Posts