SCB ମେଡିକାଲ ନର୍ସିଂ କଲେଜ ବନ୍ଦ, ସନ୍ଧ୍ୟା ୫ଟା ସୁଦ୍ଧା ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ

Published By : Prameya-News7 Bureau | April 10, 2021 IST

କଟକ ୧୦।୪: SCB ମେଡିକାଲ ନର୍ସିଂ କଲେଜ ବନ୍ଦ ନେଇ ନିଷ୍ପତ୍ତି । କରୋନା ସଂକ୍ରମଣ ବୃଦ୍ଧି ଯୋଗୁଁ ACSଙ୍କ ନିର୍ଦ୍ଦେଶରେ ବନ୍ଦ ନିଷ୍ପତ୍ତି ନିଆଯାଇଛି । ତେବେ ଏଥିଯୋଗୁଁ ଶନିବାର ସନ୍ଧ୍ୟା ୫ଟା ସୁଦ୍ଧା ହଷ୍ଟେଲ ଛାଡିବାକୁ ଅନ୍ତେବାସୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ପର୍ଯ୍ୟନ୍ତ ବନ୍ଦ ରହିବ ନର୍ସିଂ କଲେଜ ।

{"align":"center","id":436141,"sizeSlug":"large","linkDestination":"none"}

ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୮୧୮୨ରେ ପହଞ୍ଚିଛି । କଟକରେ ମୋଟ୍ ୨୯୮୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୩୮୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୪୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ମୋଟ୍ ୩୪୮୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୯୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୩୩୮୭୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.