ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା, ଜାଣନ୍ତୁ କେବେ ଭୋଟ ଓ କେବେ ଗଣତି

Published By : Prameya-News7 Bureau | November 01, 2019 IST

ନୂଆଦିଲ୍ଲୀ୧|୧୧: ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା । ଆସନ୍ତା ନଭେମ୍ବର ୩୦ ରୁ ଡିସେମ୍ବର ୨୦ ମଧ୍ୟରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ । ଏହି ଘୋଷଣା କରିଛନ୍ତି ନିର୍ବାଚନ କମିଶନର ସୁନିଲ ଆରୋରା ।

 ଡିସେମ୍ବର ୨୩ ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ । ପ୍ରଥମ ପର୍ଯ୍ୟାୟ ମତଦାନ ନଭେମ୍ବର ୩୦, ଦ୍ବିତୀୟ ପର୍ଯ୍ୟାୟ ଡିସେମ୍ବର ୭, ତୃତୀୟ ପର୍ଯ୍ୟାୟରେ ଡିସେମ୍ବର ୧୨, ଚତୁର୍ଥ ପର୍ଯ୍ୟାୟ ଡିସେମ୍ବର ୧୬ ଓ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ମତଦାନ ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ।

ଝାଡଖଣ୍ଡ ବିଧାନସଭା କାର୍ଯ୍ୟକାଳ ୨୦୨୦ ଜାନୁୟାରୀ ୫ ତାରିଖରେ ଶେଷ ହେବ । ତେଣୁ ଏହା ପୂର୍ବରୁ ନୂତନ ବିଧାନସଭା ଗଠନ ପାଇଁ ସମସ୍ତ ପ୍ରକ୍ରିୟା ଶେଷ କରାଯିବ। ଝାଡ଼ଖଣ୍ଡ ବିଧାନମଭା ପାଇଁ ଆଜି ନିର୍ବାଚନ କମିଶନ ତାରିଖ ଘୋଷଣା କରିବା ପରେ ଆଦର୍ଶ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇ ଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.