ଭୁବନେଶ୍ବର୧୦।୯- ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ସ୍କୁଲ ବ୍ୟାଗର ଓଜନ କମାଇବା ପାଇଁ ସରକାର ପୁଣି କସରତ ଆରମ୍ଭ କରିଛନ୍ତି । ପୂର୍ବରୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଏ ସମ୍ପର୍କରେ ଅସନ୍ତୋଷ ମଧ୍ୟ ଜାହିର କରିଥିଲେ । ମଙ୍ଗଳବାର ଏନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀ ସମସ୍ତ ବ୍ଲକ ଶିକ୍ଷାଧିକାରୀ ଏବଂ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖି ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, କେବଳ ଖୋର୍ଦ୍ଧା ଜିଲ୍ଲା ନୁହେଁ, ସାରା ରାଜ୍ୟରେ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବ୍ୟାଗର ଓଜନ ହ୍ରାସ କରିବାକୁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି ।ସରକାରୀ ହେଉ କିମ୍ବା ଘରୋଇ, ନିୟମର ଖିଲାପ କଲେ ସମ୍ପୃକ୍ତ ବିଦ୍ୟାଳୟ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।