Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ଉବୁଟୁବୁ ମାଲକାନଗିରି : ଦୁଇ ଦିନ ପାଇଁ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି

2/08/2019 at 1:02 PM

ମାଲକାନଗିରି ୨|୮: ଭାସୁଛି ମାଲକାନଗିରି । ପରିସ୍ଥିତିକୁ ନଜରରେ ରଖି ମାଲକାନଗିରିର ସମସ୍ତ ସ୍କୁଲ ଦୁଇ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି । ଛୁଟି ଘୋଷଣା କରିଛନ୍ତି ମାଲକାନଗିରି ଜିଲ୍ଲାପାଳ ।

ଲଗାଣ ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ନଦୀର ଜଳସ୍ତର ବଢିବାରେ ଲାଗିଛି । ପୋଟେରୁ, କାଙ୍କେରକୋଣ୍ଡା, କୋରକୋଣ୍ଡା ଓ ଏମ୍ଭି-୩୬ ଠାରେ ପୋଲ ଉପରେ ୫ ଫୁଟର ପାଣି ଚାଲୁଛି । ଫଳରେ ମାଲକାନଗିରି-ବାଲିମେଳା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଛି । ଉଭୟ ପଟେ ଅଟକି ରହିଛି ଶହ ଶହ ଗାଡି । ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଆହୁରି ଦୁଇ ତିନି ଦିନ ଧରି  ବର୍ଷା ହେବାର ସମ୍ଭାବନା ଥିବାରୁ ସ୍ଥିତି ଗମ୍ଭୀର ହୋଇପାରେ ।

   Related Posts