Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଗଣିତ ଶିକ୍ଷକ ଅଟକ, ସେପଟେ ସସ୍‌ପେଣ୍ଡ କଲେ ସ୍କୁଲ କର୍ତ୍ତୃପକ୍ଷ

12/04/2021 at 4:37 PM

କଟକ ୧୨।୪: କଟକର ଖପୁରିଆ ଅଞ୍ଚଳରେ ଥିବା ଏକ ଘରୋଇ ସ୍କୁଲର ଜନୈକ ଗଣିତ ଶିକ୍ଷକଙ୍କ ନାଁରେ ଆସିଛି ଦୁଷ୍କର୍ମ ଅଭିଯୋଗ । ଜଣେ ଛାତ୍ରୀଙ୍କୁ ହୋଟେଲ ଡାକି ଭିଏସଟି ପରୀକ୍ଷା ପ୍ରସ୍ତୁତି ଆଳରେ ଦୁଷ୍କର୍ମ ଉଦ୍ୟମ କରିଥିବା ନେଇ ଅଭିଯୋଗ ଆଣିଛନ୍ତି ନାବାଳିକାଙ୍କ ପରିବାରଲୋକ । ଏ ନେଇ ପରିବାର ଲୋକ ମଧୁପାଟଣା ଥାନାରେ ଅଭିଯୋଗ କରିବା ପରେ ଅଭିଯୁକ୍ତ ଗଣିତ ଶିକ୍ଷକଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି । ଉଭୟ ଶିକ୍ଷକ ଏବଂ ନାବାଳିକା ଛାତ୍ରୀଙ୍କର ଡାକ୍ତରୀ ମାଇନା କରାଇବା ସହ ଛାତ୍ରୀଙ୍କ ବୟାନ ରେକର୍ଡ କରିଛି ପୋଲିସ ।

ସେପଟେ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ପରେ ସମ୍ପୃକ୍ତ ଶିକ୍ଷକଙ୍କୁ ସସ୍‌ପେଣ୍ଡ କରିଛନ୍ତି ସ୍କୁଲ କର୍ତ୍ତୃପକ୍ଷ । ଦୁଷ୍କର୍ମ ନେଇ ମଧୁପାଟଣା ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଅଭିଯୋଗ ହେବା ପରେ କାର୍ଯ୍ୟାନୁଷ୍ଠାନ ନେଇଛି ସ୍କୁଲ କର୍ତ୍ତୃପକ୍ଷ ।

ତେବେ ଏ ସଂପର୍କରେ କଣ କହୁଛନ୍ତି ଏସିପି ଶୁଭ ନାରାୟଣ ମୁଦୁଲି ଶୁଣନ୍ତୁ…

   Related Posts