ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଡ୍ରେନ୍‌ରେ ଖସିପଡିଲା ସ୍କୁଲ ଭ୍ୟାନ୍, ଅଳ୍ପକେ ବର୍ତ୍ତିଲେ ୧୫ ଛାତ୍ରଛାତ୍ରୀ

Published By : Prameya-News7 Bureau | October 22, 2019 IST

ଉଦଳା ୨୨।୧୦: ଉଦଳା ହନୁମାନ ମନ୍ଦିର ଛକ ନିକଟରେ ଏକ ସ୍କୁଲ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ଫଳରେ ୧୫ ଜଣ ଛାତ୍ରଛାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି ।

{"id":173202}

ସୂଚନାଯୋଗ୍ୟ ଯେ, ଉଦଳା ସେଣ୍ଟ ଜୋସେଫ କନଭେଣ୍ଟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ଏକ ଟାଟା ମ୍ୟାଜିକ୍ ଗାଡି ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଡ୍ରାଇଭର ନିଶାସକ୍ତ ଅବସ୍ଥାରେ ଗାଡି ଚଳାଉଥିବା ବେଳେ ଗାଡିଟି ଏକ ବିଦ୍ୟୁତ୍ ଖୁଣ୍ଟରେ ଧକ୍କା ହେବା ସହିତ ଡ୍ରେନରେ ଖସି ପଡିଥିଲା । ଫଳରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୧୫ ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀମାନଙ୍କୁ ସୁରକ୍ଷିତଅବସ୍ଥାରେ ଉଦ୍ଧାର କରାଯାଇଛି । ଅନ୍ୟପଟେ ନିଶାସକ୍ତ ଡ୍ରାଇଭରକୁ ପୋଲିସ ଅଟକ ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.