ପୂଜା ଛୁଟି ଯାଏଁ ସ୍କୁଲ-କଲେଜ ବନ୍ଦ: କରୋନା ସ୍ଥିତି ସମୀକ୍ଷା ପରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | August 26, 2020 IST

ଭୁବନେଶ୍ୱର୨୬ା୮: ପୂଜା ଛୁଟି ଯାଏଁ ସ୍କୁଲ-କଲେଜ ବନ୍ଦ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା ପରେ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ସେପ୍ଟେମ୍ବର ଏବଂ ଅକ୍ଟୋବର ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ ରହିବ। କରୋନାରେ ସବୁଠାରୁ ଛାତ୍ରଛାତ୍ରୀଙ୍କ ପଠପଢ଼ା ଉପରେ ପ୍ରଭାବ ପଡ଼ିଛି । କିନ୍ତୁ ସ୍ୱାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ପୂଜାଛୁଟି ଯାଏଁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ । କୋଭିଡ଼ ସ୍ଥିତି ସମୀକ୍ଷା ପରେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଉଦବେଗକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏହାସହ ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା ଦିଆଯିବ । ଏମଏସଏମଇ, କୃଷି, ମତ୍ସ୍ୟ ଓ ପଶୁପାଳନ, ଏସଏଚଜି ଉପରେ ଫୋକସ କରାଯିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.