ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ୧୦ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା

Published By : Prameya-News7 Bureau | October 25, 2019 IST

ଭୁବନେଶ୍ବର ୨୫।୧୦:  ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହାସହିତ ବଙ୍ଗୋପସାଗର ଉପରେ ଏକ ଟ୍ରପ୍ ଲାଇନ୍ ଯାଇଥିବାରୁ ପ୍ରବଳ ବର୍ଷା ଲାଗି ରହିଛି । ଆଜି ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଜାରି ରହିଛି । କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

{"id":174478}

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ୧୦ ଜିଲ୍ଲାରେ ସ୍କୁଲ, ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି । ଆଜି ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଯାଜପୁର, ଭଦ୍ରକ, ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡା, କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡି ବନ୍ଦ ରହିଛି । ଲଗାଣ ବର୍ଷା ଯୋଗୁଁ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.