Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ପୂଜା ଛୁଟିପରେ ଖୋଲିପାରେ ସ୍କୁଲ, କ୍ୟାମ୍ପସ ସଫେଇ ଓ ଭିତ୍ତିଭୂମି ସଜାଡିବାକୁ ନିର୍ଦ୍ଦେଶ

8/10/2020 at 5:32 PM

ଭୁବନେଶ୍ବର ୮।୧୦: କରୋନା କଟକଣା ମଧ୍ୟରେ ରାଜ୍ୟରେ ଖୋଲିପାରେ ସ୍କୁଲ । କରୋନା ପାଇଁ ପାଖାପାଖି ୬ ମାସ ହେବ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିଛି । ଏତେଦିନ ଧରି ସ୍କୁଲ ଗୁଡିକ ବନ୍ଦ ଥିବାରୁ କ୍ୟାମ୍ପସ ସଫେଇ ଓ ଭିତ୍ତିଭୂମି ସଜାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ଦୃଷ୍ଟିରେ ରଖି ଶିକ୍ଷକ ହେଡ଼କ୍ବାର୍ଟର ନ ଛାଡିବାକୁ କୁହାଯାଇଛି । ସ୍କୁଲ ଭିତ୍ତିଭୂମିକୁ କୋଭିଡ୍-୧୯ ପୂର୍ବ ସ୍ଥିତିକୁ ଫେରାଇ ଆଣିବା ଦିଗରେ ସମସ୍ତେ କାର୍ଯ୍ୟ କରିବା ଲାଗି କୁହାଯାଇଛି । ଏହାର ଉଲ୍ଲଂଘନ କଲେ ଘଟଣାକୁ ଗୁରୁତର ସହିତ ନିଆଯିବ ବୋଲି ମଧ୍ୟ ସୂଚନା ରହିଛି ।

ଜୁଲାଇ ଓ ଅଗଷ୍ଟ ମାସରେ ମଧ୍ୟାହ୍ନ ଭୋଜନ ରୋଷେୟା ଓ ସହଯୋଗୀଙ୍କ ପାଉଣା ବାବଦରେ ୩୧କୋଟି ୮୧ଲକ୍ଷ ୫୮ହଜାର ୪୦୦ ଟଙ୍କା ମଞ୍ଜୁରୀ ହୋଇଛି । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ।

ଏଭଳି ନିର୍ଦ୍ଦେଶାବଳୀରୁ ଖୁବଶୀଘ୍ର ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଅନୁମାନ କରାଯାଇ ପାରେ । ତେବେ କେବେ ଓ କେଉଁ ତାରିଖରେ ସ୍କୁଲ ଖୋଲିବ ସେନେଇ ନିଦ୍ଧିଷ୍ଟ ସୂଚନା ମିଳିପାରିନାହିଁ । ସରକାରଙ୍କ ପକ୍ଷରୁ ପ୍ରସ୍ତୁତ ହେଉଛି ଆକ୍ସନ ପ୍ଲାନ । କରୋନା କଟକଣା କାଳରେ ସ୍କୁଲ ଖୋଲିବାକୁ ପ୍ରସ୍ତୁତି ଆରମ୍ଭ କଲେ ରାଜ୍ୟ ସରକାର । ମିଳିଥିବା ସୂଚନା ଅନୁସାରେ, ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆକ୍ସନ ପ୍ଲାନ ପ୍ରସ୍ତୁତି କରାଯାଇଛି ।

   Related Posts