Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣାକଲା ଆପ୍‌, ତାଲିକାରେ ଅନେକ ଉଚ୍ଚ ଶିକ୍ଷିତ
  • ||
  • ଆସେସ୍‌ ସିରିଜ୍ କବଜା କଲା ଅଷ୍ଟ୍ରେଲିଆ, ଇଂଲଣ୍ଡକୁ ୪-୦ରେ ମୂଳପୋଛ କରି ଇତିହାସ ରଚିଲା କଙ୍ଗାରୁ ବାହିନୀ
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ରେକର୍ଡ ୪୪୫୨ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୦୦୩ଜଣ ଡିସଚାର୍ଜ
  • ||
  • ମୋହନା: ଅଟୋ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ, ୭ ଆହତ
  • ||
  • ବଣାଇ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟିକବାଟ
  • ||
  • ଟେକ୍ସାସରେ ୪ ଜଣଙ୍କୁ ପଣବନ୍ଦୀ : ପାକିସ୍ତାନୀ ବୈଜ୍ଞାନିକଙ୍କୁ ମୁକ୍ତ କରିବାକୁ ଦାବି, ଘଟଣାସ୍ଥଳରେ ଏଫବିଆଇ ଓ ସ୍ୱାଟ୍ ଟିମ୍
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଡେଇଁଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୧୭୭ କୋଭିଡ୍ ପଜିଟିଭ୍, ୧୧୩୩୯୧୨ରେ ପହଞ୍ଚିଲା ସଂଖ୍ୟା
  • ||
  • ନିଶାରେ ୩ ବାଇକକୁ ଧକ୍କା ଦେଲେ କାର୍ ଡ୍ରାଇଭର, ଓଲଟା ପୋଲିସକୁ କଲେ ଗାଳିଗୁଲଜ
  • ||
  • ଫାଟିଗଲା ମୋବାଇଲ ବ୍ୟାଟେରୀ, ନାବାଳକ ଗୁରୁତର : ପଥରରେ ଛେଚୁଥିବା ବେଳେ ଅଘଟଣ
  • ||

ଗ୍ରେଡର ସହ ସ୍କୁଟି ଓ ବାଇକ ଧକ୍କା : ଜଣେ ମୃତ ଓ ୪ ଗୁରୁତର

26/08/2019 at 3:27 PM

ଢ଼େଙ୍କାନାଳ ୨୬/୮: ୫୫ନଂ ଜାତୀୟ ରାଜପଥର ଢେଙ୍କାନାଳ ବଳଦିଆବନ୍ଧ ଅଞ୍ଚଳରେ କାମ କରୁଥିବା ଏକ ଗ୍ରେଡର ମେସିନ ସହ ଗୋଟିଏ ସ୍କୁଟି ଓ ବାଇକ ଧକ୍କା ହୋଇଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ସ୍କୁଟି ଆରୋହୀଙ୍କର ମୃତ୍ୟୁ ଘଟିଥିବାବେଳେ ବାଇକ ଓ ସ୍କୁଟିରେ ଥିବା ଅନ୍ୟ ୪ଜଣ ଗୁରୁତର ହୋଇଛନ୍ତି । ଗୁରୁତର ମାନଙ୍କୁ ଚିକିତ୍ସା ପାଇଁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଢେଙ୍କାନାଳ ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ବଳଦିଆବନ୍ଧ ଓମ୍ଫେଡ ପାର୍ଲର ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକ ସ୍କୁଟି ଆରୋହୀ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ନଡିଆଳୀ ଗ୍ରାମର ଭରତ ବେହେରା ବୋଲି ଜଣାପଡିଛି । ଅପରପକ୍ଷରେ ଗୁରୁତର ମାନେ ହେଲେ ନଡିଆଳୀ ଗାଁର ବଳରାମ ​‌ବେହେରା ,ଚନ୍ଦନ ବେହେରା ଓ ବଳଦିଆବନ୍ଧ ଗ୍ରାମର ଉଦ୍ଧବ ନାୟକ ଓ ମଣ୍ଟୁ ନାୟକ ବୋଲି ଜଣାପଡିଛି । ଗୋବିନ୍ଦପୁର ଫାଣ୍ଡି ପୁଲିସ ପହଁଚି ଦୁର୍ଘଟଣା ଘଟାଇଥିବା ଗ୍ରେଡର ମେସିନକୁ ଜବତ କରିଛି । 

   Related Posts