Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାଇଦର ମାମଲାରେ ପୋଲିସକୁ ସହାୟତା କରିବି: ୟାକୁବ୍‌
  • ||
  • ଆତ୍ମସମର୍ପଣ କରିବି ବୋଲି କହିଲେ ହାଇଦର ସହଯୋଗୀ ୟାକୁବ
  • ||
  • ହାଇଦର ଫେରାର ନେଇ ନୂଆ ଖୁଲାସା: ବୁର୍ଲା ମେଡିକାଲରୁ ରେଫର ହୋଇନି, ଆଉଟ୍‌ଡୋର କି ଇନଡୋର୍‌ରେ ନାହିଁ ଗ୍ୟାଙ୍ଗଷ୍ଟରର ନାଁ
  • ||
  • କରୋନା ସ୍ଥିତି ନସୁଧୁରିବା ଯାଏ ରେମଡେସିଭିର ରପ୍ତାନୀ ବନ୍ଦ
  • ||
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||

ଦଶାଶ୍ବମେଧ ଘାଟରେ ଲାଗିଲା ୧୪୪ ଧାରା, ବାରୁଣୀ ମେଳା ବନ୍ଦ

8/04/2021 at 4:49 PM

ଯାଜପୁର ୮।୪: ଯାଜପୁରରେ ହେବାକୁ ଥିବା ବାରୁଣୀ ମେଳାକୁ ବନ୍ଦ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଯାଜପୁରର ବୈତରଣୀ ନଦୀର ଦଶାଶ୍ବମେଧ ଘାଟରେ ପ୍ରତ୍ୟେକ ବର୍ଷ ମହାସମାରୋହରେ ବାରୁଣୀ ବୁଡ଼ ସହ ବାରୁଣୀ ମେଳା ଅନୁଷ୍ଠିତ ହୋଇଥାଏ । ହେଲେ ପୂର୍ବ ବର୍ଷ କରୋନା ମହାମାରୀ ପାଇଁ ଏହି ବାରୁଣୀ ମେଳା ବନ୍ଦ ଥିଲା । ତେବେ ଶୁକ୍ରବାର ହେବାକୁ ଥିବା ପ୍ରସିଦ୍ଧ ବାରୁଣୀ ମେଳକୁ ବନ୍ଦ କରାଯିବା ସହ ଘାଟ ଏବଂ ଏହା ସଂଲଗ୍ନ ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯିବ । ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ମୁତୟନ କରାଯିବା ।

ଏହାସହ ଅପ୍ରେଲ ନିୟମାବଳୀ ଅନୁସାରେ ୨ ଶହ ଲୋକଙ୍କଠାରୁ ଅଧିକ ଲୋକଙ୍କ ସମାଗମ ନ ହେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ନୋଟିସ ଜାରି କରାଯାଇଛି । ସେଥିପାଇଁ ବୈତରଣୀ ନଦୀର ଦଶାଶ୍ବମେଧ ଘାଟ ଓ ସଂଲଗ୍ନ ଅଞ୍ଚଳରେ ଜିଲ୍ଲା ପ୍ରଶାସନ ୧୪୪ ଧାରା ସହ ଲୋକଙ୍କ ଯାତାୟାତ ଉପରେ ରୋକ ଲାଗାଇଛି । 

   Related Posts