Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ସମୁଦ୍ର ପାଣି ଛୁଇଁଲେ ଦେବାକୁ ପଡିବ ଫାଇନ୍, ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି

18/11/2020 at 9:53 AM

ପଟ୍ଟାମୁଣ୍ଡାଇ ୧୮।୧୧: ସମୁଦ୍ର ପାଣିରେ ଗୋଡ ବାଜିଲେ ଦେବାକୁ ପଡିବ ଜରିମନା । ପେଣ୍ଠ ସମୁଦ୍ର କୂଳରେ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ଏମିତି ଏକ ନିୟମ କରିଛନ୍ତି । ନାଲି ପତାକା ଲଗାଇ ସର୍ବସାଧାରଣ ଲୋକଙ୍କୁ ଅବଗତ କରାଇବା ସହିତ ଆଜିଠାରୁ ୧୪୪ ଧାରା ଲାଗୁ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ୧୫ଦିନ ମଧ୍ୟରେ ରାଜନଗର ପେଣ୍ଠ ସମୁଦ୍ର କୂଳରେ ଗାଧୋଇବା ବେଳେ ଦୁଇ ଜଣ ଇଞ୍ଜିନିୟରିଂ ଛାତ୍ରଙ୍କ ଜୀବନ ଯିବାରୁ ଏଭଳି ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ରାପଡା ଜିଲ୍ଲାପାଳ । ଗତ ୧ ତାରିଖରେ ଯାଜପୁର ଜିଲ୍ଲା ଜରି ଗାଁର ଗୌରବ ରଥ ଓ ଗତ ୧୫ ତାରିଖରେ କେନ୍ଦ୍ରାପଡା ଜିଲ୍ଲା ଗୁପ୍ତିରା ଗାଁର ସତ୍ୟଜିତ ବାଇ ପେଣ୍ଠ ସମୁଦ୍ର କୂଳରେ ବୁଲିବାକୁ ଯାଇ ଗାଧୋଇବା ସମୟରେ ପାଣିରେ ଭାସିଯାଇଥିଲେ । ଗୌତମଙ୍କର ମୃତଦେହ ମିଳିଥିବା ବେଳେ ଏପର୍ଯ୍ୟନ୍ତ ସତ୍ୟଜିତଙ୍କ ମୃତଦେହ ମିଳିପାରିନାହିଁ ।

ଅନ୍ୟପଟେ କୋଭିଡ୍ କଟକଣା ସମୟରେ ସବୁ ପର୍ଯ୍ୟଟନ ସ୍ଥଳୀ ବନ୍ଦ ପଡିଥିବା ବେଳେ ପେଣ୍ଠରେ ପ୍ରଶାସନ ତରଫରୁ କଟକଣା ଲଗାଯାଇନଥିଲା । ଯେଉଁଥି ପାଇଁ ପେଣ୍ଠରେ ପର୍ଯ୍ୟଟକଙ୍କ ସଂଖ୍ୟା ବେଶ ବଢିବାରେ ଲାଗିଥିଲା । ତେଣୁ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିବାରୁ ଆଜିଠାରୁ ପ୍ରଶାସନ ତରଫରୁ ୧୪୪ ଧାରା ଲାଗୁ କରାଯାଇଛି । ପେଣ୍ଠ ସମୁଦ୍ର ପାଣିରେ ଗୋଡ ବୁଡାଇବାକୁ ମଧ୍ୟ କଟକଣା ଲଗାଯାଇଛି । କଟକଣା ନମାନିଲେ ପର୍ଯ୍ୟଟକମାନେ ଜରିମନା ଦେବେ ବୋଲି ସୂଚନା ପ୍ରଦାନ କରାଯାଇଛି ।

   Related Posts