Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ମକର ସଂକ୍ରାନ୍ତିରେ ଧବଳେଶ୍ବରଙ୍କ ପୀଠରେ ଜାରି ହେବ ୧୪୪ ଧାରା

12/01/2021 at 5:16 PM

ଆଠଗଡ ୧୨।୧: ଆସନ୍ତା ୧୪ ତାରିଖ ମକର ସଂକ୍ରାନ୍ତିରେ ଧବଳେଶ୍ବରଙ୍କ ପୀଠରେ ବନ୍ଦ ରିହବ ସାଧାରଣ ଦର୍ଶନ । ପ୍ରସାସନ ପକ୍ଷରୁ ଧବଳେଶ୍ବରଙ୍କ ପୀଠରେ ଜାରି ହେଲା ୧୪୪ ଧାରା । ସମ୍ଭାବ୍ୟ ଭିଡକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଏ ନେଇ ଆଠଗଡ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ସୂଚନା ଦେଇଛନ୍ତି ।

ପ୍ରତି ବର୍ଷ ମକର ସଂକ୍ରାନ୍ତିରେ ହଜାର ହଜାର ଲୋକଙ୍କ ଭିଡ ଜମିଥାଏ । ତେଣୁ ଏହାକୁ ଦୃଷ୍ଟିରେ ରଖି ପୀଠରେ ୧୪୪ ଧାରା ଜାରି କରାଯାଇଛି । ମକର ସଂକ୍ରାନ୍ତିରେ ଧବଳେଶ୍ଵରଙ୍କ ପୀଠକୁ ସାଧାରଣ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ନଆସିବା ପାଇଁ ଅନୁରୋଧ କରିଛନ୍ତି ଉପଜିଲ୍ଲାପାଳ ।

   Related Posts