Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଆଜବେଷ୍ଟସ୍ ଭାଙ୍ଗି ଦୋକାନରୁ ଚୋରି କରୁଥିଲେ ୨ ସିକ୍ୟୁରିଟି ଗାର୍ଡ, ଧରିଦେଲେ ଗାଁ ଲୋକେ

19/06/2021 at 9:11 AM

ପାଟଣା,୧୯/୦୬:  କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ପଡିଆପଶି ଛକରେ ଥିବା ଏକ ଦୋକାନର ଆଜବେଷ୍ଟସ ଭାଙ୍ଗି ଭିତରେ ପଶି ଚୋରି କରୁଥିବା ବେଳେ ଧରା ପଡିଗଲେ ୨ ଚୋର । ଦୁଇ ଚୋରଙ୍କୁ ଧରିଛନ୍ତି ଗ୍ରାମବାସୀ ଓ ପୋଲିସ । ତେବେ ଚୋରଙ୍କ ଛୁରା ମାଡ଼ରେ ତୁରୁମୁଙ୍ଗା ଥାନା ଏ.ଏସ.ଆଇ ବିଜୟ ଖଟୁଆ ଆହତ ହୋଇଛନ୍ତି।

ଦୁଇ ଚୋର ହେଲେ ଦୁଆଘାଟ ଗ୍ରାମର ସ୍ମୃତି ରଞ୍ଜନ ଭୂୟାଁ ଓ ସରୋଜ କୁମାର ରାଉତ । ଉଭୟ ଯୋଡାରେ ଏକ କମ୍ପାନୀର ସିକୁରିଟି ଗାର୍ଡ ଭାବେ କାର୍ଯ୍ୟ କରୁଥିବା ଜଣାପଡିଛି। ତେବେ ସେମାନେ ଶୁକ୍ରବାର ରାତିରେ ଦୋକାନ ଭିତରେ ପଶି କବାଟକୁ ଭିତର ପଟୁ ବନ୍ଦ କରି ଚୋରି କରୁଥିଲେ ।  ଏହି ସମୟରେ ଗ୍ରାମବାସୀ ଓ ପୋଲିସ ଦ୍ୱାରା ଧରା ପଡିଯାଇଥିଲେ।ଉଭୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯିବ ବୋଲି ତୁରୁମୁଙ୍ଗା ଥାନା ଅଧିକାରୀ ସୂଚନା ଦେଇଛନ୍ତି।

   Related Posts