ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ

Published By : Prameya-News7 Bureau | November 07, 2020 IST

ଭୁବନେଶ୍ବର ୭।୧୧: ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଓଡିଶା ହାଇକୋର୍ଟ ବାର୍ ଆସୋସିଏସନ୍‌ର ପୂର୍ବତନ ସଭାପତି ଥିଲେ ଅଶୋକ ମହାପାତ୍ର।

ଅଶୋକ ମହାପାତ୍ରଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ତାଙ୍କୁ ଭୁବ‌ନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.