Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||

ଭିଜିଲାନ୍ସ ଜାଲରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ବରିଷ୍ଠ କ୍ଲର୍କ

9/06/2020 at 1:09 PM

ସମ୍ବଲପୁର୮/୬: ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ରେଡ଼। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଥିବା ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ କ୍ଲର୍କ ଶିବରାମ ମହାରଣା ତାଙ୍କ ନିଜ କାର୍ଯ୍ୟାଳୟର ନିଲମ୍ବିତ ଡ୍ରାଇଭର ଦେବାନନ୍ଦ ରନବିଡ଼ାଙ୍କର ମେ ମାସରେ ମିଳିବାକୁ ଥିବା ନିଲମ୍ବିତ ଦରମା ପାସ କରିବା ପାଇଁ ୧୫୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଦେବାନନ୍ଦ ଭିଜିଲାନ୍ସ କାର୍ଯ୍ୟାଳୟକୁ ଜଣାଇଥିଲେ। ଆଜି ଠିକ ୧୧ଟା ସମୟରେ ଦେବାନନ୍ଦ ୧୫୦୦ ଟଙ୍କା ନେଇ ଶିବରାମ ନିକଟକୁ ଯାଇ ଦେଇଥିଲେ।  ଏହି ସମୟରେ ସେଠାରେ ପୂର୍ବରୁ ଉପସ୍ଥିତ ଭିଜିଲାନ୍ସ ଅଧିକାରୀ ମାନେ ତାଙ୍କୁ ତୁରନ୍ତ ଧରିବା ସହ ୧୫୦୦ ଟଙ୍କା ମଧ୍ୟ ଜବତ କରି ଶିବରାମଙ୍କୁ ଗିରଫ କରିଥିଲେ। ଶିବରାମ ରହୁଥିବା ସରକାରୀ ଘରେ ମଧ୍ୟ ଭିଜିଲାନ୍ସର ଏକ ଟିମ ଚଢ଼ାଉ ଜାରି ରଖିଛନ୍ତି।

   Related Posts