ବାଲିଯାତ୍ରା ୨୦୨୫
LIVE TV

ଏଣିକି ସହଜ ହେବ ପଟ୍ଟା ସଂଶୋଧନ, ତହସିଲଦାରଙ୍କୁ କ୍ଷମତା ପ୍ରଦାନ

NEWS7
senior-players-mocked-on-suresh-rina-when-chappell-was-coach

ଭୁବନେଶ୍ୱର: ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ। ପୁରୁଣା ପଞ୍ଜୀକୃତ କବଲା ସଂଶୋଧନ କ୍ଷମତା ତହସିଲଦାରଙ୍କୁ ପ୍ରଦାନ କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁରୀ ଦେଇଛନ୍ତି। ଓଡ଼ିଶା ସର୍ଭେ ଆଣ୍ଡ ସେଟଲ୍ମେଣ୍ଟ ରୁଲ୍ସର ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏବେ ଆଉ ରାଜସ୍ବ ପର୍ଷଦ ବା ଅନ୍ୟାନ୍ୟ ରିଭିଜନ କୋର୍ଟରେ ଅପିଲ ଦରକାର ପଡ଼ିବନି।

ଜମିପଟ୍ଟା କ୍ରେତାଙ୍କ ନାମରେ ରେକର୍ଡ କରିବା ପାଇଁ ସଂପୃକ୍ତ ତହସିଲଦାର ମାନେ କ୍ଷମତାପ୍ରାପ୍ତ ହେବେ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜମି କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲ୍ସର ସଂଶୋଧନ ପାଇଁ ଅନୁମୋଦନ ଦେଇଛନ୍ତି । ବର୍ତ୍ତମାନ ନିୟମ ଅନୁସାରେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ କିଣିଥିବା ଜମିର ଜମି ପଟ୍ଟା (RoR) ବନ୍ଦୋବସ୍ତ ଅଧିକାରୀ (Settlement Officer) କ୍ରେତାଙ୍କ ନାମରେ କରନ୍ତି। କିନ୍ତୁ ଯଦି କୌଣସି କାରଣ ଯୋଗୁଁ ବନ୍ଦୋବସ୍ତ ପ୍ରକ୍ରିୟାରେ(Settlement Operation) ଏହି ଜମିପଟ୍ଟା କ୍ରେତାଙ୍କ ନାମରେ କରାଯାଇ ନଥାଏ, ତେବେ କ୍ରେତା ଏଥିପାଇଁ ରାଜସ୍ୱ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ୍ କରିଥାନ୍ତି । କିନ୍ତୁ ଅତ୍ୟଧିକ କାର୍ଯ୍ୟଭାର ଯୋଗୁଁ, ଏହି ଅପିଲ ଗୁଡିକ ବର୍ଷ ବର୍ଷ ଧରି ଫଇସଲା ନହୋଇ ପଡି ରହିଥାଏ । ତେବେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅନୁମୋଦିତ ଉପରୋକ୍ତ ରୁଲ୍ ସଂଶୋଧନ ଦ୍ବାରା ବର୍ତ୍ତମାନ ଏପରି ମାମଲାରେ ଜମିପଟ୍ଟା କ୍ରେତାଙ୍କ ନାମରେ ରେକର୍ଡ କରିବା ପାଇଁ ସଂପୃକ୍ତ ତହସିଲଦାରଙ୍କୁ କ୍ଷମତା ଦିଆଯାଇଛି।

ଏହାଦ୍ବାରା ସଂପୃକ୍ତ କ୍ରେତାମାନେ ବନ୍ଦୋବସ୍ତ ପ୍ରକ୍ରିୟା (Settlement Operation) ପୂର୍ବରୁ ବୈଧ ଭାବେ କିଣିଥିବା ଜମିର ଜମିପଟ୍ଟା ନିଜ ନାମରେ କରିବା ପାଇଁ ସଂପୃକ୍ତ ତହସିଲଦାରଙ୍କ ପାଖରେ ଆବେଦନ କରିପାରିବେ । ସେମାନଙ୍କୁ ରାଜସ୍ବ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ ବା ଆବେଦନ କରିବା ଆଉ ଦରକାର ହେବ ନାହିଁ ।