Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ସ୍ବାମୀ-ସ୍ତ୍ରୀଙ୍କ ଝଗଡ଼ାରେ ବଳି ପଡ଼ିଲେ ପିଲାମାନେ

1/02/2020 at 3:07 PM

ଫତେହପୁର୧/୨: ସାମ୍ନାକୁ ଆସିଲା ହୃଦୟ ବିଦାରକ ଦୃଶ୍ୟ। ଗୋଟିଏ ପରିବାର ୫ଜଣ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ମହିଳା ନିଜ ପିଲାମାନଙ୍କୁ ଦେବା ପରେ ନିଜେ ଖାଇ ଆତ୍ମହତ୍ୟା କରିଛି । ଉତ୍ତରପ୍ରଦେଶର ଫତେହପୁରରେ ଏଭଳି ଅଭାବନୀୟ ଘଟଣା ଘଟିଛି।

ଶାନ୍ତିନଗର ଫାୟାର ଷ୍ଟେସନ ନିକଟରେ ଥିବା ଏକ ଘରୁ ପାଞ୍ଚଜଣଙ୍କ ମୃତଦେହ ମିଳିଛି। ଘରର କବାଟ ଭାଙ୍ଗି ୫ ଶବକୁ ପୋଲିସ୍‌ ଉଦ୍ଧାର କରିଛି। ଛୋଟ ପିଲାମାନଙ୍କୁ ବିଷ ଦେବା ପରେ ମହିଳା ନିଜେ ବିଷ ଖାଇ ଆତ୍ମହତ୍ୟା କରିଛନ୍ତି। ଚାରି ଦିନ ତଳେ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ସେହି ରାଗରେ ମହିଳା ପିଲାମାନଙ୍କୁ ବିଷ ଦେବା ପରେ ନିଜେ ବିଷ ଖାଇ ଆତ୍ମହତ୍ୟା କରିଥିବା ପୋଲିସ୍ ସୂଚନା ଦେଇଛି।

ସ୍ବାମୀ ଓ ସ୍ତ୍ରୀଙ୍କ ଝଗଡ଼ାରେ ଉଜିଡ଼ି ଗଲା ପୂରା ପରିବାର। ବନ୍ଦ ଘରୁ ଦୁର୍ଗନ୍ଧ ଆସିବାରୁ ସ୍ଥାନୀୟ ଲୋକେ ପୋଲିସ୍‌କୁ ଖବର ଦେଇଥି​‌ଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ପାଞ୍ଚଜଣଙ୍କ ଶବକୁ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଇ ଦେଇଥିଲେ।

   Related Posts