Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ମାଲକାନଗିରିରେ ମୁଖ୍ୟରାସ୍ତା କଡ଼ରୁ ନାବାଳିକା ଅଚେତ ଅବସ୍ଥାରେ ଉଦ୍ଧାର

19/09/2018 at 11:49 AM

ମାଲକାନଗିରି ୧୯/୯: ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ସିଙ୍ଗାଲବେଚ୍ଛା ମୁଖ୍ୟରାସ୍ତା କଡରୁ ଅଚେତ ଅବସ୍ଥାରେ ଜଣେ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି । ଗୋଡ, ହାତ ଓ ପାଟିରେ କପଡା ବାନ୍ଧି କେହି ଦୁର୍ବୃତ୍ତ ନାବାଳିକାଙ୍କୁ ରାସ୍ତା କଡରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି । ମାଥିଲିରୁ ମାଲକାନଗିରି ମୁଖ୍ୟରାସ୍ତା ଦେଇ ଯାଉଥିବା ଯାତ୍ରୀମାନେ ପ୍ରଥମେ ଏହି ନାବାଳିକା ଅଚେତ ଅବସ୍ଥାରେ ପଡିଥିବା ଦେଖିବାକୁ ପାଇଥିଲେ । ପରେ ମାଥିଲି ଥାନାକୁ ଖବର ଦେଇଥିଲେ । ଖବର ପାଇ ମାଥିଲି ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରି ମାଥିଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନେଇ ଭର୍ତ୍ତି କରିଛନ୍ତି । ତେବେ ନାବାଳିକାଙ୍କ ସହ କିଏ ଏପରି ଅମାନବୀୟ କାଣ୍ଡ କରିଛି ସେ ଘଟଣା ଏ ପର୍ଯ୍ୟନ୍ତ ଜଣାପଡିନାହିଁ । ନାବାଳିକାଙ୍କ ଚେତା ଫେରିବା ପରେ ଘଟଣା ସମ୍ପର୍କରେ ଜଣାପଡିବ ବୋଲି ପୋଲିସ ତରଫରୁ ସୂଚନା ଦିଆଯାଇଛି

   Related Posts