Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ଘାଟିରେ ସିରିଜ୍ ଦୁର୍ଘଟଣା : ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍

28/01/2021 at 12:29 PM

କୋରାପୁଟ ୨୮।୧: କୋରାପୁଟ ଘାଟିରେ ସିରିଜ୍ ଦୁର୍ଘଟଣା । ରିଲାଏନ୍ସ ତେଲ ଟ୍ୟାଙ୍କରକୁ ପଛପଟୁ ୧୨ ଚକିଆ କୋଇଲା ବୋଝେଇ ଟ୍ରକ୍ ଧକ୍କା ଦେଇଥିଲା । ଫଳରେ ଗାଡି ଡ୍ରାଇଭର ଆହତ ହୋଇଛନ୍ତି । ଘଟଣାସ୍ଥଳରେ ଜୟପୁର ପୋଲିସ ଏବଂ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଡ୍ରାଇଭରଙ୍କୁ କୋରାପୁଟ ଡାକ୍ତରଖାନାକୁ ପଠାଇଛନ୍ତି ।

ସେହି ରାସ୍ତା ଦେଇ ଯାଉଥିବା ଏକ ପରିବା ବୋଝେଇ ପିକ‌ଅପ୍ ଭ୍ୟାନ୍ ର ବ୍ରେକ୍ ଫେଲ୍ ହେବାରୁ ପୂର୍ବରୁ ଦୁର୍ଘଟଣାଗ୍ରସ୍ତ ହୋଇଥିବା କୋଇଲା ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା । ତେବେ ସିରିଜ୍ ଦୁର୍ଘଟଣାରେ ଜଣେ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ବେଳେ ଅନ୍ୟମାନେ ସୁରକ୍ଷିତ ଥିବା ଜଣାପଡିଛି ।

ଖବର ପାଇ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚିଛନ୍ତି । ଦୁର୍ଘଟଣାଗ୍ରସ୍ତ ଗାଡି ଗୁଡିକୁ ରାସ୍ତାରୁ ହଟାଇବା ପରେ ଯାତାୟତ ସ୍ବାଭାବିକ ହୋଇଛି ।

   Related Posts