Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||

ଅନଲାଇନ୍ ସଂସ୍ଥା ‘ପିଣ୍ଟେରେଷ୍ଟ’ ବିକ୍ରି କରୁଛି ମହାପ୍ରସାଦ : ସେବାୟତ ମହଲରେ ନିନ୍ଦା, ଦିଆଯିବ ଏତଲା

8/12/2020 at 11:05 AM

ପୁରୀ ୮।୧୨: ବାରମ୍ବାର ଅଭିଯୋଗ ସତ୍ତ୍ବେ ମଧ୍ୟ ଶ୍ରୀଜଗନ୍ନାଥ ସଂସ୍କୃତିର ସୁରକ୍ଷା ପାଇଁ ନିଆଯାଉନାହିଁ ପଦକ୍ଷେପ । ଅନଲାଇନରେ ମହାପ୍ରସାଦ ବିକ୍ରି କରୁଛନ୍ତି ଗୋଟିଏ ପରେ ଗୋଟିଏ ସଂସ୍ଥା । କିଏ ନିର୍ମାଲ୍ୟ ତ ଆଉ କିଏ ବିକ୍ରି କରୁଛି ମହାପ୍ରଭୁଙ୍କ ଦୁର୍ମୁଲ୍ୟ ମହାପ୍ରସାଦ ।

ପୁଣି ଏମିତି ଏକ ଘଟଣା ସାମ୍ନାକୁ ଆସିଛି । ପିଣ୍ଟେରେଷ୍ଟ ନାମକ ଏକ ଅନଲାଇନ ସଂସ୍ଥା ମହାପ୍ରଭୁଙ୍କ ମହାପ୍ରସାଦ ଓ ଶୁଖିଲା ଭୋଗ ବିକ୍ରି କରୁଥିବା ଜଣାପଡିଛି । ଏହାକୁ ନେଇ ସେବାୟତ ମହଲରେ ପୁଣି ନିନ୍ଦା କରାଯାଇଥିବା ବେଳେ ସମ୍ପୃକ୍ତ ସଂସ୍ଥା ବିରୋଧରେ ଏତଲା ଦେବା ପାଇଁ ଯୋଜନା କରାଯାଉଥିବା ଜଣାପଡିଛି ।

ପୂର୍ବରୁ ମଧ୍ୟ ଏଭଳି ଅନେକ ଘଟଣା ଦେଖିବାକୁ ମିଳିଥିବା ବେଳେ ନିକଟ ଅତୀତରେ ଆମାଜନ ସଂସ୍ଥା ଅନଲାଇନରେ ନିର୍ମାଲ୍ୟ ବିକ୍ରି କରୁଥିବା ନେଇ ଅଭିଯୋଗ ଆସିଥିଲା । ଏହାପରେ ଶ୍ରୀମନ୍ଦିର ସେବାୟତ ଶମ୍ଭୁନାଥ ଖୁଣ୍ଟିଆ, ସୁଆର ମହାସୁଆର ନିଯୋଗ, ପୁରୀ ଜିଲ୍ଲା ଅଧିବକ୍ତା ସଂଘ ଏବଂ ପରେ ଶ୍ରୀମନ୍ଦିର ପ୍ରଶାସନ ଆମାଜନ ନାଁରେ ସିଂହଦ୍ବାର ଥାନାରେ ଏତଲା ଦାଏର କରିଥିଲେ ।

   Related Posts