Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପେଟେଣ୍ଟ ମୁକ୍ତ ହେବ କରୋନା ଭ୍ୟାକସିନ୍‌ ! ଭାରତ ଏବଂ ଦକ୍ଷିଣ ଆଫ୍ରିକା ପ୍ରସ୍ତାବରେ ଆମେରିକାର ସମର୍ଥନ
  • ||
  • କୋଭିଡ୍‌ ସ୍ଥିତିକୁ ନେଇ ନବୀନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ହଜାରେ ଟପିଲା ଡିସ୍‌ଚାର୍ଜ
  • ||
  • ନୂଆଦିଲ୍ଲୀ : କରୋନାରେ ପୂର୍ବତନ ରଣଜୀ କ୍ରିକେଟରଙ୍କ ଦେହାନ୍ତ, ଆଇପିଏଲ୍ ଟିମ୍‌ରେ ହୋଇଥିଲେ ମନୋନୀତ
  • ||
  • ରାଇରଙ୍ଗପୁର : ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ନବରଙ୍ଗପୁର : ଶାଗ ତୋଳିବା ହେଲା କାଳ, ବଜ୍ରପାତରେ ଚାଲିଗଲା ୨ ନାବାଳିକାଙ୍କ ଜୀବନ, ୨ ଆହତ
  • ||
  • ନୀଳଗିରି : ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୧୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍
  • ||

କ୍ରାନ୍ତି ଦିବସରେ ଜଗନ୍ନାଥ ସଂସ୍କୃତିର ରକ୍ଷା ପାଇଁ ସେବାୟତ ନେଲେ ଶପଥ

9/08/2018 at 11:09 AM

ପୁରୀ ୯/୮ : ଅଗଷ୍ଟ ୯ କ୍ରାନ୍ତି ଦିବସରେ ଶ୍ରୀଜଗନ୍ନାଥ ସେବାୟତ ସମ୍ମିଳନୀ ପକ୍ଷରୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମହାନ୍ ଶ୍ରୀଜଗନ୍ନାଥ ସଂସ୍କୃତିର ସୁରକ୍ଷା ପାଇଁ ଆଜିଠାରୁ ସଂକଳ୍ପ ନେଇଛି ସେବାୟତ ସମ୍ମିଳନୀ। ମାନ୍ୟବର ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶକୁ ଅନୁପାଳନ କରିବାକୁ ଯାଇ ରାଜ୍ୟ ସରକାର କିମ୍ୱା ଶ୍ରୀମନ୍ଦିର ପ୍ରଶାସନ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସେବାୟତମାନେ ଶ୍ରୀମନ୍ଦିରର ସମସ୍ତ ଚାବି ଆଦ୍ୟ ସେବକ ଗଜପତି ମହାରାଜାଙ୍କୁ ଫେରାଇ ଦେବେ ବୋଲି ଚରମ ବାଣୀ ଶୁଣାଇଛନ୍ତି। ଶ୍ରୀମନ୍ଦିରରେ ସେବାୟତମାନେ ଦାନ, ଦକ୍ଷିଣା ଗ୍ରହଣ ଉପରେ ପ୍ରତିବନ୍ଧକ, ଶ୍ରୀମନ୍ଦିରରେ ଚାଲିଆସୁଥିବା ବଂଶଗତ ପରମ୍ପରା ସେବାରୁ ଉଚ୍ଛେଦ, ଶ୍ରୀମନ୍ଦିରରେ ଚୁଲା ଅଧିକାରରୁ ବଞ୍ଚିତ କରାଯିବାର ଯୋଜନାକୁ ତୀବ୍ର ବିରୋଧ କରିଛି ଶ୍ରୀଜଗନ୍ନାଥ ସେବାୟତ ସମ୍ମିଳନୀ। ଏ ସବୁ ନିଷ୍ପତ୍ତି ସେବାୟତଙ୍କ ଜୀବନ ଓ ଜୀବିକାକୁ ଦୁର୍ବିସହ କରାଇଛି। ଏହା ଶ୍ରୀମନ୍ଦରରେ ବିଧର୍ମୀ ଅଣହିନ୍ଦୁ ପ୍ରବେଶ କରାଇବା ସହ ସେବାୟତଙ୍କ ବିରୋଧରେ ଷଡ଼ଯନ୍ତ୍ର ବୋଲି ସେବାୟତମାନେ ଅଭିଯୋଗ କରିଛନ୍ତି।

   Related Posts