ଭୁବନେଶ୍ୱର ୨୧।୦୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୮୪୫ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର, ମୟୁରଭଞ୍ଜ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
wp:html/wp:htmlDetails of cases confirmed as death due to Covid-19, after due completion of death audit process:
— H & FW Dept Odisha (@HFWOdisha) January 22, 2022
1.A 47 years old Male of Angul District.
2.A 61 years old Female of Angul District who was also suffering from Diabetes Mellitus & Hypertension.
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୯୬୧୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୮୧୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୯୯୪୨୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୦୫୯୩୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।