Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

କରୋନା ମୁକାବିଲା, ମାଲକାନଗିରି ମ୍ୟୁନିସପାଲିଟି ଓ କାଲିମେଳା ଏନ୍‌ଏସି ୭ଦିନ ସଟ୍‌ଡାଉନ୍‌

12/07/2020 at 12:09 PM

ମାଲକାନଗିରି ୧୨।୦୭: ଦିନକୁ ଦିନ ବଢିଚାଲିଛି କରୋନାରେ ସଂକ୍ରମିତଙ୍କ ସଂଖ୍ୟା । ଯାହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ଓ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ତେବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାଲକାନଗିରି ମ୍ୟୁନିସପାଲିଟି ଓ କାଲିମେଳା ଏନଏସି ଅଞ୍ଚଳକୁ ସପ୍ତାହେ ପର୍ଯ୍ୟନ୍ତ ସଟ୍ ଡାଉନ୍ ଘୋଷଣା କରାଯାଇଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ମାଲକାନଗିରି ମ୍ୟୁନିସପାଲିଟି ଓ କାଲିମେଳା ଏନଏସିକୁ ସଟ୍ ଡାଉନ୍ ଘୋଷଣା କରାଯାଇଛି। ଏନେଇ ମାଲକାନଗିରି ଜିଲ୍ଲାପାଳ ନୋଟିସ୍ ଜାରି କରିଛନ୍ତି।

ଆଜି  ଜିଲ୍ଲାରେ ଆଉ ୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ମାଲକାନଗିରି ମ୍ୟୁନିସପାଲିଟି ଅଞ୍ଚଳରୁ ୨୦ ଜଣ ଓ କାଲିମେଳା ଅଞ୍ଚଳର ୧୫ ଜଣ ଆକ୍ରାନ୍ତ ଅଛନ୍ତି। ଅନ୍ୟଜଣେ ଆକ୍ରାନ୍ତ ବିଏସ୍ଏଫ୍  ଯବାନ। ବର୍ତ୍ତମାନ ପର୍ଯ୍ୟନ୍ତ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି । ସେହିପରି ଜିଲ୍ଲାରେ ଏବେ ୬୯ଟି ଆକ୍ଟିଭ କେସ୍‌ ରହିଥିବା ବେଳେ ୧୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts