Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||
  • ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଆନ୍ଦୋଳନ, ସମସ୍ତ ଖଣିରୁ କୋଇଲା ଉତ୍ପାଦନ ସହ ପରିବହନ ବନ୍ଦ
  • ||
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||

ଦୁଇ ବସ୍ ମୁହାଁମୁହିଁ ଧକ୍କା : ୭ ଆହତ, ୨ ଗୁରୁତର

1/08/2019 at 8:09 AM

ସମ୍ବଲପୁର ୧|୮: ସମ୍ବଲପୁରରେ ଦୁଇଟି ବସ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ୭ଜଣ ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ସମ୍ବଲପୁର ମାନେଶ୍ବର ନିକଟସ୍ଥ ଭବାନୀପାଲି ନିକଟରେ ଦୁଇଟି ବସ୍ ଦୁର୍ଘଟଣା ହୋଇଛି । ଉଭୟ ବସ୍ ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୭ଜଣ ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ଦୁଇ ଗୁରୁତରଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଛି । ଭୁବନେଶ୍ବରରୁ ବରଗଡ ଆସୁଥିଲା ‘ମିନୁ’ ବସ୍ । ସେହିଭଳି ସମ୍ବଲପୁରରୁ ଅନୁଗୋଳ ଯାଉଥିଲା ‘ଉଷା’ ବସ୍ । ଅଣଓସାରିଆ ରାସ୍ତା ଥିବାରୁ ବସ୍ ଦୁଇଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଗତ ୪ ଦିନ ତଳେ ଏହି ସ୍ଥାନରେ ଭାରସାମ୍ୟ ହରାଇ ବସ୍ ଓଲଟିପଡିଥିଲା । ବସ୍ ଓଲଟିବା ଫଳରେ ୧୧ଜଣ ଆହତ ହୋଇଥିଲେ ।

   Related Posts