Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୪୮୬ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୫୪୧ ଡିସଚାର୍ଜ
  • ||
  • ମିଶନ କାଶ୍ମୀର ଉପରେ ୧୪ ନେତାଙ୍କ ସହ ପିଏମ ମୋଦୀଙ୍କ ମହାବୈଠକ ଶେଷ
  • ||
  • ବରି​‌ଷ୍ଠ ଆଇପିଏସ୍‌ ସ୍ତରରେ ଅଦଳବଦଳ
  • ||
  • ଦ୍ବାଦଶ ଶ୍ରେଣୀ ପରୀକ୍ଷା: ୩୧ ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ରାଇରଙ୍ଗପୁର : ଅଣ୍ଡା ବଣ୍ଟନରେ ପାତର ଅନ୍ତର, ଅଭିଯୋଗ କଲେ ନାଁ କାଟିଦେବାକୁ ଅଙ୍ଗନବାଡି ଦିଦି ଦେଉଛନ୍ତି ଧମକ
  • ||
  • ସାଲେପୁର : ନଦୀ ପଠାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ
  • ||
  • ଆଜି ୧୦ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ୨୭ ଯାଏଁ ଛେଚିବ
  • ||
  • ହ୍ରାସ ପରେ ପୁଣି ବଢୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୬୫୦ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ଶୋଇଥିବାବେଳେ ଘର ଉପରକୁ ମାଡିଗଲା ଟ୍ରକ୍ ; ଗୋଟିଏ ପରିବାରର ୭ ମୃତ

2/01/2019 at 8:58 AM

ଲକ୍ଷ୍ନୌ ୦୨|୦୧: ଉତ୍ତରପ୍ରଦେଶ ଚାନ୍ଦୁଲିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଫଳରେ ଗୋଟିଏ ପରିବାରର ୭ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ଏବଂ ୨ ଜଣ ମହିଳା ଏବଂ ଜଣେ ଯୁବକ ରହିଛନ୍ତି । ଏକ ଗୋରୁ ବୋଝେଇ ଟ୍ରକ ଭାରସମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଘର ଉପରକୁ ମାଡିଯାଇଥିଲା । ଘରେ ଗୋଟିଏ ପରିବାରର ୮ ଜଣ ଶୋଇଥିଲେ । ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିଲା । ଜିଲ୍ଲା ଚିକିତ୍ସାଳୟକୁ ନେବାବେଳେ ଜଣଙ୍କର ମୃତ୍ୟୁ ହୋଇଛି।

ତେବେ ଏହି ଟ୍ରକରେ ବେଆଇନ ଭାବେ ଗୋରୁ ଚାଲଣ ହେଉଥିବାରୁ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ଦେଖାଦେଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି । ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଛି । ଡ୍ରାଇଭରକୁ ତୁରନ୍ତ ଗିରଫ କରିବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ।

   Related Posts