Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଯୁବକଙ୍କୁ ହତ୍ୟା ପରେ ପାଳଗଦାରେ ପୋଡିବା ଘଟଣା : ୭ଜଣ ଅଟକ

18/01/2020 at 3:36 PM

ବ୍ରହ୍ମପୁର ୧୮।୦୧: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ସୁନାପଲ୍ଲୀ ଗାଁରେ ଜଣେ ଯୁବକକୁ ହତ୍ୟା ପରେ ପାଳଗଦାରେ ପୋଡିବା ଘଟଣା । ପୋଲିସ ଘଟଣାର ତଦନ୍ତ କରି ୭ଜଣହ୍କୁ ଅଟକ ରଖି ପଚରାଉଚରା କରୁଛି ବୋଲି ଗଞ୍ଜାମ ଏସ୍‌.ପି ବ୍ରିଜେଶ ରାଏ ସୂଚନା ଦେଇଛନ୍ତି । ତେବେ ପାଳଗଦାରେ ପୋଡି ମୃତ୍ୟୁବରଣ କରିଥିବା ଯୁବକଙ୍କ ନାମ କାଳିଆ ଦାସ ବୋଲି ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ସେପଟେ ପୋଲିସର କହିବା କଥା ଯେ, ଘଟଣାରେ ଅଧିକ ତଦନ୍ତ ପରେ ପ୍ରକୃତ ସତ୍ୟାସତ ସାମ୍ନାକୁ ଆସିବ । ତେବେ ପ୍ରେମ ଜନିତ କାରଣରୁ ହତ୍ୟାତକାଣ୍ଡ ହୋଇଥିବା ମଧ୍ୟ ସନ୍ଦେହ କରାଯାଉଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ କବିସୂର୍ଯ୍ୟନଗର ଥାନା ସୁନାପଲ୍ଲୀ ଗାଁରେ ଗୁରୁବାର ଦିନ ଜଣେ ଯୁବକଙ୍କୁ ହତ୍ୟା କରିବା ପରେ ପୋଡି ମାରିଦେଇଥିଲେ ଦୁର୍ବୃତ୍ତ । ସୁନାପଲ୍ଲୀ ଗାଁରେ ଥିବା ଲାଲୁ ଘାଇ ନିକଟରେ ପାଳ ପକାଇ ଯୁବକଙ୍କ ପୋଡିଦେଇଥିଲେ ଦୁର୍ବୃତ୍ତ । ଖବର ପାଇ କବିସୂର୍ଯ୍ୟନଗର ପୋଲିସ ପହଞ୍ଚି ତଦନ୍ତ ଛାନ୍‌ଭିନ୍‌ ଜାରି ରଖିଛି ।

   Related Posts