Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ପଶ୍ଚିମବଙ୍ଗରେ ସପ୍ତମ ପର୍ଯ୍ୟାୟରେ ୭୫ ପ୍ରତିଶତ ମତଦାନ, ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

26/04/2021 at 8:46 PM

କୋଲକାତା ୨୬/୦୪ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟ ଭୋଟ ଦାନ ଶେଷ ହୋଇଛି । ସନ୍ଧ୍ୟା ୬ଟା ସୁଦ୍ଧା ୩୪ଟି ସିଟରେ ମୋଟ ୭୫.୦୬ ପ୍ରତିଶତ ମତଦାନ ହୋଇଛି । କରୋନା ମହାମାରୀ ସମୟରେ ଭୋଟିଂ ବେଳେ ଲୋକମାନଙ୍କ ମଧ୍ୟରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଥିଲା । ମୋଟ ୨୮୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍ ହୋଇଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜ ନିର୍ବାଚନ ମଣ୍ଡଳୀ ଭବାନପୁରୀରେ ମତଦାନ କରିଛନ୍ତି ।

ପଶ୍ଚିମବଙ୍ଗରେ ମୋଟ ୮ଟି ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବାରୁ ୭ଟି ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ତେବେ ବେଙ୍ଗଲରେ କରୋନା ସଂକ୍ରମଣ ବୃଦ୍ଧି ଏବେ ଚିନ୍ତାର କାରଣ ପାଲଟିଛି । ଶେଷ ପର୍ଯ୍ୟାୟ ନିର୍ବାଚନ ବାକିଥିବା ବେଳେ ବର୍ତ୍ତମାନ କୋଲକାତାରେ ଟେଷ୍ଟ କରୁଥିବା ପ୍ରତି ୨ ଜଣରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ।

   Related Posts