୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା : ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ନିର୍ଦେଶ

Published By : Prameya-News7 Bureau | July 01, 2019 IST

ଭୁବନେଶ୍ୱର ୧/୭ : ଅବପାତର ରୂପ ନେବ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି . ଉତ୍ତର ଓ ଉପକୂଳ ଓଡିଶା ସମେତ କେନ୍ଦ୍ରୀୟ ଓଡିଶାରେ ପ୍ରବଳ ବର୍ଷା ଲାଗି ରହିଛି । ଲଘୁଚାପ ଆଢୁକା ଘନୀଭୂତ ହେଉଥିବାରୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ହୋଇପାରେ । କିଛି କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ୮ଟି ଜିଲ୍ଲା ପାଇଁ ରେଡ ଆଲର୍ଟ ଜାରି କରିଛି । ଏହି ଜିଲ୍ଲା ଗୁଡିକ ହେଲା ସମ୍ବଲପୁର, ଦେବଗଡ, ସୋନପୁର, ଅନୁଗୋଳ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଢେଙ୍କାନାଳ ।

{"id":129312,"width":584,"height":307}

ବର୍ଷାଜନିତ ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ମୁକାବିଲା ପାଇଁ ପ୍ରସ୍ତୁତ ରହିବ ପାଇଁ ରାଜସ୍ବ ଓ ବିପର୍ଯ୍ୟସ୍ତ ପରିଚାଳନା ବିଭାଗ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି । ଆସନ୍ତା ୫ତାରିଖ ଯାଏଁ ସାରା ରାଜ୍ୟରେ ବର୍ଷା ଲାଗି ରହିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, କେନ୍ଦ୍ରାପଡା, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ବଲାଙ୍ଗୀର, ନୂଆପଡା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ଜିଲ୍ଲାଗୁଡିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

{"id":129313}

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଝାସରସୁଗୁଡା, ସୁନ୍ଦରଗଡ଼, ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହେବ । ଏହିସବୁ ଜିଲ୍ଲାଗୁଡ଼ିକୁ ୟେଲୋ ବର୍ଣ୍ଣିଙ୍ଗ ଦିଆଯାଇଛି । ୩ ଦିନ ଯାଏଁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

{"id":129314}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.