ଚାନ୍ଦବାଲି ଲଜ୍ଜା : ପୀଡ଼ିତାଙ୍କ ପରିବାର ପାଇଁ ୧୦ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

NEWS7
sex-racket-involved-mla-underground-for-fear-of-arrest-police-plead-in-court-to-take-warrant

ଭୁବନେଶ୍ବର ୨୪।୧୨: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ପୀଡ଼ିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଦିଆଯିବ ଅନୁକମ୍ପା ରାଶି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ତଦନ୍ତ କରି ଦୋଷୀକୁ କଠୋରରୁ ଅତି କଠୋର ଦଣ୍ଡବିଧାନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ସିଏମ୍ଓ ପକ୍ଷରୁ ‘ଏକ୍ସ’ରେ ସୂଚନା ଦିଆଯାଇଛି ।

‘ଏକ୍ସ’ ସିଏମ୍ଓ ପକ୍ଷରୁ ଲେଖାଯାଇଛି, ଭଦ୍ରକ ଜିଲ୍ଲାର ଚାନ୍ଦବାଲି ଠାରେ ଘଟିଯାଇଥିବା ଅଭାବନୀୟ ଘଟଣା ବିଷୟରେ ଅବଗତ ହୋଇ ମୁଖ୍ୟମନ୍ତ୍ରୀ । ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଂଗତ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି । ସମ୍ପୃକ୍ତ ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ପୀଡ଼ିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି ।