Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

‘ସେତେବେଳକୁ ନଥିବ’ ପାଇଁ କବି ନିତ୍ୟାନନ୍ଦ ନାୟକଙ୍କୁ ସମ୍ମାନଜନକ ଶାରଳା ପୁରସ୍କାର

8/10/2020 at 12:10 PM

ଭୁବନେଶ୍ୱର ୦୮।୧୦: ଇଣ୍ଡିଆନ୍‌ ମେଟାଲସ୍‌ ଆଣ୍ଡ୍‌ ପବ୍ଲିକ୍‌ ଚାରିଟେବଲ୍‌ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ୪୧ତମ ଶାରଳା ପୁରସ୍କାର ଘୋଷଣା ହୋଇଛି। ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକ ପାଇବେ ଶାରଳା ପୁରସ୍କାର। ସେ ତାଙ୍କ କବିତା ସଙ୍କଳନ ‘ସେତେବେଳକୁ ନଥିବ’ ନିମନ୍ତେ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଏହି ପୁସ୍ତକଟି ୨୦୧୭ ମସିହାରେ ଫ୍ରେଣ୍ଡ୍‌ସ ପବ୍ଲିସର୍ସ, ବିନୋଦ ବିହାରୀ, କଟକ ଦ୍ୱାରା ପ୍ରକାଶିତ । ପୁରସ୍କାର ଭାବେ କବି ନିତ୍ୟାନନ୍ଦ ନାୟକଙ୍କୁ ୫ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ।

ଏହା ବ୍ୟତୀତ‌ ରାଜ୍ୟର ଅନ୍ୟ ଦୁଇଜଣ କୃତୀ ବ୍ୟକ୍ତିଙ୍କୁ ସେମାନଙ୍କ ନିଜସ୍ୱ କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ପାଇଁ ଇଲା ପଣ୍ଡା ସଙ୍ଗୀତ ସମ୍ମାନ ଓ ଇଲା ପଣ୍ଡା ଚିତ୍ରକଳା ସମ୍ମାନରେ ସମ୍ମାନିତ କରାଯିବ । ଚଳିତ ବର୍ଷ ସଙ୍ଗୀତ କ୍ଷେତ୍ରରେ ରଞ୍ଜିତ କୁମାର ନାଗ ଏବଂ ଚିତ୍ରକଳା କ୍ଷେତ୍ରରେ ଶ୍ୟାମସୁନ୍ଦର ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି । ପୁରସ୍କାର ସ୍ୱରୂପ ଉଭୟଙ୍କୁ ଦେଢ଼ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ।

କୋଭିଡ୍‌ କଟକଣାକୁ ଆଖିରେ ରଖି ଚଳିତ ବର୍ଷ ପୁରସ୍କାର ସମାରୋହ ଆୟୋଜନ କରାନଯାଇ ବ୍ୟକ୍ତିଗତ ଭାବେ ପ୍ରଦାନ କରାଯିବ। ରାଜ୍ୟର ବିଶିଷ୍ଟ ଶିଳ୍ପପତି ସ୍ୱର୍ଗତ ଡ. ବଂଶୀଧର ପଣ୍ଡା ଏବଂ ସ୍ୱର୍ଗତ ଇଲା ପଣ୍ଡାଙ୍କ ଦ୍ୱାରା ପ୍ରତିଷ୍ଠିତ ‘ଶାରଳା ପୁରସ୍କାର’ ଇମ୍ଫା ଦ୍ୱାରା ପରିଚାଳିତ ଇମ୍ପାକ୍ଟ ଆନୁକୂଲ୍ୟରେ ୧୯୮୦ ମସିହାଠାରୁ ପ୍ରତିବର୍ଷ ପ୍ରଦାନ କରାଯାଇଆସୁଅଛି ।

   Related Posts