Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଶିଳ୍ପା ସେଟ୍ଟୀଙ୍କ ସ୍ଵାମୀ ରାଜ କୁନ୍ଦ୍ରା ଗିରଫ, ଅଶ୍ଳୀଳ ଭିଡିଓ ପ୍ରସ୍ତୁତ କରୁଥିବା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ନେଲା କ୍ରାଇମବ୍ରାଞ୍ଚ

19/07/2021 at 11:29 PM

ମୁମ୍ବାଇ ୧୯।୦୭:  ବଲିଉଡ ଅଭିନେତ୍ରୀ ଶିଳ୍ପ ସେଟ୍ଟୀଙ୍କ  ସ୍ଵାମୀ ତଥା ଜଣାଶୁଣା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ କ୍ରାଇମବ୍ରାଞ୍ଚ ସୋମବାର ଗିରଫ କରିଛି। ରାଜ କୁନ୍ଦ୍ରାଙ୍କ ବିରୋଧରେ ଅଶ୍ଳୀଳ ଫିଲ୍ମ ପ୍ରସ୍ତୁତ କରିବା ଏବଂ କିଛି ଆପ୍ସରେ ଏହାର ପ୍ରସାରଣ କରିଥିବାର ଅଭିଯୋଗ ହୋଇଛି।

କ୍ରାଇମବ୍ରାଞ୍ଚ ଅନୁଯାୟୀ. ୨୦୨୧ ଫେବୃଆରୀରେ କ୍ରାଇମ ବ୍ରାଞ୍ଚ ମୁମ୍ବାଇରେ ରାଜକୁନ୍ଦ୍ରାଙ୍କ ବିରୋଧରେ ଅଶ୍ଳୀଳ ଫିଲ୍ମ ନିର୍ମାଣ କରିବା ଏବଂ ସେଗୁଡିକୁ କିଛି ଆପ୍ସରେ ପ୍ରସାରଣ କରିବା ଅଭିଯୋଗରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ସୋମବାର ରାଜ କୁନ୍ଦ୍ରାଙ୍କୁ ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ତରଫରୁ ସୋମବାର ରାତିରେ ଏହାର ସୂଚନା ଦିଆଯାଇଛି। ଅଶ୍ଳୀଳ ଭିଡିଓ ପ୍ରସାରଣ ମାମଲାରେ କୁନ୍ଦ୍ରା ମୁଖ୍ୟ ଷଡଯନ୍ତ୍ରକାରୀ ହୋଇଥିବା ପର୍ଯ୍ୟାପ୍ତ ପ୍ରମାଣ ଥିବା ପୋଲିସ କହିଛି। ପୋଲିସ ଏହି ମାମଲାରେ ତଦନ୍ତ ଜାରି ରଖିଛି।

ସୂଚନାଯୋଗ୍ୟ, ସୋମବାର କ୍ରାଇମବ୍ରାଞ୍ଚ ପ୍ରଥମେ ରାଜ କୁନ୍ଦ୍ରାଙ୍କୁ ଜେରା ପାଇଁ ଡକାଇଥିଲା ଏବଂ ପରେ ତାଙ୍କୁ ଗିରଫ କରିଛି। ଏହା ପୂର୍ବରୁ ମଧ୍ୟ ରାଜ କୁନ୍ଦ୍ରା ଅନେକ ବିବାଦରେ ଫସିଛନ୍ତି। ସେ ଅନେକ ବିବାଦକୁ ନେଇ ଚର୍ଚ୍ଚାରେ ରହି ଆସିଛନ୍ତି।

   Related Posts