Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||
  • ସାଲେପୁର : ସାଲେପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
  • ||
  • ଝାରସୁଗୁଡା : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣା , ଚିକିତ୍ସାଧିନ ଅବସ୍ଥାରେ ପ୍ରେମିକାଙ୍କ ମୃତ୍ୟୁ, ପୂର୍ବରୁ ଜୀବନ ହାରିଥିଲେ ପ୍ରେମିକ
  • ||
  • ବ୍ରହ୍ମପୁର : ଗୁଳି ମାଡରେ ବେଗୁନିଆପଡା ବ୍ଲକ୍ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର ସାହୁଙ୍କ ମୃତ୍ୟୁ
  • ||
  • କଳାହାଣ୍ଡି : ୧୦ଲକ୍ଷ ଟଙ୍କାର ବାଘ ଛାଲ ଜବତ, ୨ ଗିରଫ
  • ||
  • ୨ଦିନରେ ଦୁଇ ଜୀବନ : ଢେଙ୍କାନାଳରେ ହାତୀ ଆକ୍ରମଣରେ ପୁଣି ଜଣେ ମୃତ
  • ||
  • ଭାରସାମ୍ୟ ହରାଇ କାର୍‌-ଟାଟା ମ୍ୟାଜିକ ଉପରେ ଓଲଟିଲା ଟ୍ରକ, ଚାଲିଗଲା ୧୩ଜଣଙ୍କ ଜୀବନ
  • ||

ସହିଦଙ୍କୁ ବ୍ୟବସାୟ ସଂଘର ଶ୍ରଦ୍ଧାଞ୍ଜଳି : ଦେଶବ୍ୟାପୀ ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ

18/02/2019 at 10:09 AM

ଭୁବନେଶ୍ବର|କଟକ ୧୮|୨:  ପୁଲୱାମାରେ ଆତଙ୍କବାଦୀ ଆକ୍ରମଣକୁ ବିରୋଧ କରି ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ଆଜି ଦେଶବ୍ୟାପୀ ଦିନିକିଆ ଦୋକାନ ବଜାର ବନ୍ଦ ଡାକରା ଦିଆଯାଇଛି । ବିଭିନ୍ନ ସ୍ଥାନରେ ଦୋକାନ ବଜାର ଗୁଡ଼ିକ ବନ୍ଦ ରହିଛି । ବ୍ୟବସାୟୀମାନେ ଦିନସାରା ଉପବାସ ରହିବା ସହିତ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଶୋଭାଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି ।

ଓଡ଼ିଶାରେ ମଧ୍ୟ ଦୋକାନବଜାର ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ। ତେବେ ଏଥିରେ ଔଷଧ ଦୋକାନ ଓ ପେଟ୍ରୋଲ ପମ୍ପ ଗୁଡ଼ିକୁ ବାଦ୍ ଦିଆଯାଇଛି। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଛି । ସଂଧ୍ୟା ୬ଟାରେ ଭୁବନେଶ୍ବର ଓଡ଼ିଶା ବ୍ୟବସାୟୀ ମହାସଂଘ କାର୍ଯ୍ୟାଳୟରୁ ଏକ ମହମବତୀ ଶୋଭାଯାତ୍ରା ବାହାରି ରାଜଭବନ ସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ଯିବ । ରାଜ୍ୟରେ ପ୍ରାୟ ୨୦ ଲକ୍ଷ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିବ।

ସେପଟେ କଟକରେ ମଧ୍ୟ ବିଭିନ୍ନ ବ୍ୟବସାୟୀକ ସଙ୍ଗଠନ ପକ୍ଷରୁ ବନ୍ଦ ପାଳନ ଚାଲିଛି । ମାଲଗୋଦାମ ବ୍ୟବସାୟୀ ସଂଘ ପକ୍ଷରୁ ବନ୍ଦ ପାଳନ କରାଯାଉଥିବା ବେଳେ ଦୋକାନବଜାର ଖୋଲିନାହିଁ । ବଣିକ ସଂଘର ବନ୍ଦ ଡାକରାକୁ ସମର୍ଥନ କରି କଟକ ଅଟୋ ମହାସଂଘ ତରଫରୁ ସମସ୍ତ ଅଟୋ ଚଳାଚଳ ବନ୍ଦ ରହିଛି । ୨ ଓଡିଆ ସଦିଦଙ୍କ ପରିବାରକୁ ୫୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରିବାକୁ ମାଲଗୋଦାମ ବ୍ୟବସାୟୀ ସଂଘ ନିଷ୍ପତ୍ତି ନେଇଛି । ସେପଟେ ଉତ୍କଳ ଯାଦବ ମହାସଂଘ ପକ୍ଷରୁ ସହିଦଙ୍କୁ ପରିବାର ୧ ଲକ୍ଷ ଟଙ୍କା ଲେଖାଏଁ ଦିଆଯିବ ।

   Related Posts