ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍

Published By : Prameya-News7 Bureau | January 27, 2021 IST

ପୁରୀ ୨୭।୦୧: ଆଜିଠୁ ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ । ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ କରାଯିବ। ପ୍ରତିଦିନ ୫୦ ସେବାୟତଙ୍କ ଆର୍ ଟିପିସିଆର୍ ପରୀକ୍ଷା କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଗ୍ରାଣ୍ଡରୋଡ୍ ର ଉତ୍କଳ ହୀନ୍ଦି ବିଦ୍ୟାପୀଠରେ ସେବାୟତମାନଙ୍କର କୋଭିଡ୍ ଟେଷ୍ଟ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀମନ୍ଦିର ସେବାୟତଙ୍କ କୋଭିଡ୍ ଟେଷ୍ଟ ଫେବୃଆରୀ ୨୭ ପର୍ଯ୍ୟନ୍ତ ଚାଲିବ। ପ୍ରଥମେ ସୁଆର ଓ ମହାସୁଆରଙ୍କ କୋଭିଡ୍ ଟେଷ୍ଟ କରାଯିବ। ଏହାପରେ ପର୍ଯ୍ୟାୟ କ୍ରମେ ଅନ୍ୟ ସେବାୟତଙ୍କ କୋଭିଡ୍ ଟେଷ୍ଟ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.