Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ବଳଙ୍ଗା ଥାନାରେ ବିସ୍ଫୋରଣ ଘଟଣା, ମହିଳା SI ସସ୍‌ପେଣ୍ଡ

29/09/2021 at 1:31 PM

ନିମାପଡା ୨୯।୦୯: ବଳଙ୍ଗା ଥାନାରେ ବିସ୍ପୋରଣ ଘଟଣା । କାର୍ଯ୍ୟରେ ଅବହେଳା ପାଇଁ  ମହିଳା ସବ୍ ଇନ୍‌ସ୍ପେକ୍ଟର ନିଲମ୍ବିତ। ବଳଙ୍ଗା ଥାନାର ମହିଳା ସବ୍ ଇନ୍‌ସ୍ପେକ୍ଟର ତଅପୋଇ ନାୟକ ନିଲମ୍ବିତହୋଇଛନ୍ତି । ନିଲମ୍ବନ କଲେ ପୁରୀ ଏସ୍‌ପି କେ.ବି ସିଂହ । ମାଲଖାନା ଦାୟିତ୍ବରେ ଥିଲେ ତଅପୋଇ ନାୟକ ।

ସୂଚନାଯୋଗ୍ୟ ଯେ, ସୋମବାର ରାତି ପ୍ରାୟ ୩ଟା ବେଳେ ସୋମବାର ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ ଘଟିଥିଲା । ଏହି ସମୟରେ ଥାନାରେ କୌଣସି କର୍ମଚାରୀ ଉପସ୍ଥିତ ନଥିଲେ । କେବଳ ଥାନା ବାହାରେ ଜଣେ କନଷ୍ଟେବଳ ଡ୍ୟୁଟି କରୁଥିଲେ । ବିସ୍ଫୋରଣରେ ଥାନାର କାନ୍ଥ ଫାଟି ଯାଇଥିଲା । ଏହାପରେ ଥାନାର ଛାତ ମଧ୍ୟ ଭୁଷୁଡି ପଡିଥିଲା । କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ତଦାରଖ କରିଥିଲେ । ତଦନ୍ତ ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କେନ୍ଦ୍ରାଞ୍ଚଳ ଆଇଜି କହିଥିଲେ । ଏବେ ମାଲ୍‌ଖାନା ଦାୟିତ୍ୱରେ ଥିବା ମହିଳା SI ତଅପୋଇ ନାୟକଙ୍କୁ ସସ୍‌ପେଣ୍ଡ କରିଛନ୍ତି ପୁରୀ ଏସ୍‌ପି ।

   Related Posts