Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ, ସକାଳ ୭ଟାରୁ ରାତି ୯ଟା ଯାଏଁ ପ୍ରବେଶ ଅନୁମତି

27/10/2021 at 4:28 PM

ବାରିପଦା ୨୭।୧୦: ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ । କୋଭିଡ୍ କଟକଣା ଭିତରେ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ଖୋଲିବା ନେଇ ସୂଚନା ମିଳିଛି । ଏନେଇ ଶିମିଳିପାଳ ଉତ୍ତର ବନ୍ୟପ୍ରାଣୀ ବନଖଣ୍ଡର ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ତେବେ ପର୍ଯ୍ୟଟକଙ୍କ ପାଇଁ ପ୍ରତ୍ୟେକ ଦିନ ଯଶୀପୁର ତନଖି ଫାଟକ ଦେଇ ୩୫ଟି ଓ ବାରିପଦା ପୀଠବଟା ତନଖି ଫାଟକ ଦେଇ ୨୫ଟି ପର୍ଯ୍ୟଟକଙ୍କ ଗାଡିକୁ ପ୍ରବେଶ ପାଇଁ ଅନୁମତି ମିଳିବ ।

ରାତ୍ରିରହଣି ପାଇଁ ପର୍ଯ୍ୟଟକମାନେ ଓଡିଶା ଇକୋ ଟୁରିଜିମ୍ ଓ୍ବେବ୍‌ସାଇଟ୍‌ରେ ନିଜର ରହଣି ସ୍ଥାନ ଚୟନ କରିପାରିବେ । ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ଶିମିଳିପାଳ ଅଭୟାରଣ୍ୟ ଭିତରେ ଥିବା ବିଭିନ୍ନ ରାତ୍ରିରହଣି କଟେଜ୍‌ଗୁଡିକ ଅନେକ ରଙ୍ଗବେରଙ୍ଗରେ ସଜେଇ ହୋଇଛି ।

୨୭୫୦ ବର୍ଗ କି.ମି. ପରିମିତ ଜାତୀୟ ଉଦ୍ୟାନ ଶିମିଳିପାଳ ଭିତରେ ପର୍ଯ୍ୟଟକଙ୍କ ରାତ୍ରୀ ଯାପନ ପାଇଁ ଗୁରୁଗୁଡ଼ିଆ, କୁମାରୀ, ବରେହିପାଣି, ଜାମୁଆଣି ଓ ରାମତୀର୍ଥରେ କଟେଜ୍‌ଗୁଡିକ ରହିଥିବା ବେଳେ ପର୍ଯ୍ୟଟକଙ୍କ ମନ ମୋହିବାକୁ ଶିମିଳିପାଳ କୋଳରେ ବହିଯାଉଥିବା ବରେହିପାଣି, ଉସ୍କି, ଜୋରନ୍ଦା ପରି ଅନେକ ଜଳପ୍ରପାତ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ ।

   Related Posts