Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

‘ପରୀ’ ହତ୍ୟା ମାମଲା : ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ଅଧିକ ସମୟ ମାଗିଲା SIT

12/01/2021 at 1:27 PM

କଟକ ୧୨।୧: ନୟାଗଡ ପରୀ ହତ୍ୟା ମାମଲାର ତଦନ୍ତ ଶେଷ ହୋଇନାହିଁ । ତେଣୁ ପୂର୍ଣ୍ଣାଙ୍ଗ ରିପୋର୍ଟ ମଙ୍ଗଳବାର ହାଇକୋର୍ଟରେ ଦାଖଲ କରିପାରିଲେ ନାହିଁ ରାଜ୍ୟ ସରକାର । ତଦନ୍ତ ଶେଷ ହେବା ଲାଗି ଆଉ କିଛି ଦିନ ଲାଗିବ । ତେଣୁ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିବା ଲାଗି ସରକାରଙ୍କ ପକ୍ଷରୁ ମହଲତ ମଗାଯାଇଥିଲା, ଯାହାକୁ ମଞ୍ଜୁର କରିଛନ୍ତି ହାଇକୋର୍ଟ । ତେବେ ଷ୍ଟାଟସ୍ ରିପୋର୍ଟ ଦାଖଲ କରିବା ଲାଗି ମଙ୍ଗଳବାର କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ମାର୍ଚ୍ଚ ମାସରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ଗତ ୧୬ ତାରିଖରେ ନୟାଗଡ ପରୀ ହତ୍ୟା ଘଟଣାର ଷ୍ଟାଟସ୍‌ ରିପୋର୍ଟ ହାଇକୋର୍ଟରେ ଦାଖଲ କରିଥିଲା କ୍ରାଇମବ୍ରାଞ୍ଚ ଏସ୍‌ଆଇଟି । ଅଭିଯୁକ୍ତଙ୍କ ଗିରଫଦାରୀ ଓ ତ୍ବରିତ ତଦନ୍ତ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ, ଜୁଲାଇ ୧୪ରେ ଗଁ। ଦାଣ୍ଡରେ ଖେଳୁଥିବାବେଳେ କେଉଁଆଡେ ନିଖୋଜ ହୋଇଯାଇଥିଲା ପରୀ । ବହୁ ଖୋଜାଖୋଜି ପରେ ମଧ୍ୟ ତାର ପତ୍ତା ମିଳିନଥିଲା । ଜୁଲାଇ ୨୪ରେ ଘର ବାଡିପଟୁ ଏକ ପୋଖରୀ କୂଳରୁ ବସ୍ତାରେ ତାର ଖପୁରି, କିଛି ହାଡ ଏବଂ ଡ୍ରେସ୍ ମିଳିଥିଲା । ନଭେମ୍ବର ୨୪ରେ ପରୀର ବାପା-ମା’ ବିଧାନସଭା ଆଗରେ ଆତ୍ମାହୂତୀ ଉଦ୍ୟମ କରିଥିଲେ। ପୋଲିସ ଅପରାଧୀକୁ ଧରିବାରେ ବିଫଳ ହେବାପରେ ରାଜ୍ୟ ସରକାର ଘଟଣାର କ୍ରାଇମବ୍ରାଞ୍ଚ ଏବଂ ଏସଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ଗତ ୧ରୁ ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ଏସଆଇଟି ତାର ତଦନ୍ତ ଜାରି ରଖିଛି ।

   Related Posts