Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

‘ପରୀ’ ମୃତ୍ୟୁ ମାମଲା : ଦୁଇ ସପ୍ତାହ ସମୟ ମାଗିଲେ SIT ମୁଖ୍ୟ ଅରୁଣ ବୋଥ୍ରା

5/12/2020 at 2:08 PM

ଭୁବନେଶ୍ବର ୫।୧୨: ‘ପରୀ’ ମୃତ୍ୟୁ ଘଟଣାରେ ତଦନ୍ତ କରୁଛି ଏସଆଇଟି । ଆଉ ୨ ସପ୍ତାହ ସମୟ ଦିଅ କହିଲେ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା । ସେ କହିଛନ୍ତି ଏସ୍‌ଆଇଟି ଗଠନକୁ ମାତ୍ର ୪ରୁ ୫ ଦିନ ହୋଇଛି । ମୋ ଉପରେ ସମସ୍ତଙ୍କ ଭରସା ଅଛି । ଡିଜି ମୋତେ ଦାୟିତ୍ବ ଦେଇଛନ୍ତି । ଆମ ଟିମ୍ ଆଗକୁ ବଢୁଛି ।

ଅନ୍ୟପଟେ ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ଲକ୍ଷେ ଟଙ୍କା ମିଳିବ ବୋଲି ଘୋଷଣା ହୋଇଛି । ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା ଗ୍ରାମବାସୀଙ୍କ ସହ ବୈଠକ କରିବା ପରେ ଏହି ଅର୍ଥ ରାଶି ଘୋଷଣା କରିଛନ୍ତି । ଏ ନେଇ ଯଦୁପୁର ଗାଁ ସଭାପତି ଜୟକୃଷ୍ଣ ପରିଡା ସୂଚନା ଦେଇଛନ୍ତି ।

ପରୀ ହତ୍ୟା ମାମଲାର ତଦନ୍ତ ପାଇଁ ଏସଆଇଟି ଗଠନ କରିଛନ୍ତି ରାଜ୍ୟ ସରକାର । ବରିଷ୍ଠ ଆଇପିଏସ୍ ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ଜଣିଆ ଟିମ୍ ଏହି ଘଟଣାର ତଦନ୍ତ କରୁଛନ୍ତି । ଟିମ୍‌ରେ କ୍ରାଇମବ୍ରାଞ୍ଜ ଏସପି ଆର. କେ ଦୋରା, ଅତିରିକ୍ତ ଏସପି ଆର.ସି ଥମ୍ବଙ୍କ ସହ କ୍ରାଇମବ୍ରାଞ୍ଜ ଇନ୍ସପେକ୍ଟର ନରେନ୍ଦ୍ର ବେହେରା, ମମତା ପଣ୍ଡା ସଦସ୍ୟ ଅଛନ୍ତି ।

ନୟାଗଡର ୬ବର୍ଷର ଶିଶୁ କନ୍ୟା ପରୀର ମୃତ୍ୟୁକୁ ନେଇ ଜୁଲାଇ ୧୭ରେ ଥାନାରେ ମାମଲା ରୁଜୁ କରିଥିଲା ପୋଲିସ । ଜୁଲାଇ ୨୩ରେ ଗଳିତ ଶବ ମିଳିଥିବା ପରେ ପୋଷ୍ଟମର୍ଟମ କରାଯାଇଥିଲା । ଶବ ନଷ୍ଟ ହୋଇଯାଇଥିବାରୁ ରିପୋର୍ଟରେ ମୃତ୍ୟୁର କାରଣ ଜଣାପଡିନଥିଲା । 

   Related Posts