Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ

12/10/2021 at 9:40 AM

ଭୁବନେଶ୍ୱର ୧୨।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୨୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୨୬୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୯୨୧୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୭୬୫୨୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts