Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ

11/10/2021 at 9:32 AM

ଭୁବନେଶ୍ୱର ୧୧।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୪୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୨୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୮୭୪୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୭୦୯୧୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts